Posted inଜାତୀୟ

ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଥିବା ନେଇ ପିସିଆର୍‌କୁ ଫୋନ୍‌ କଲ ଆସିଥିଲା। ଏହାପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଏଥିରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ୭ ନବଜାତକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଜଣଙ୍କୁ ଭେଣ୍ଟିଲେଟର୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୪ ନବଜାତ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଇଷ୍ଟ ଦିଲ୍ଲୀ ଆଡଭାନ୍ସଡ କେୟାର ହସ୍ପିଟାଲର ଏନ୍‌ଆଇସିୟୁରେ ଭର୍ତ୍ତି କରାଯାଇଛି।

ତେବେ ଏହ ଶିଶୁ ଡାକ୍ତରଖାନାରେ ହଠାତ୍‌ କିଭଳି ଅଗ୍ନିକାଣ୍ଡ ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ। ସଟ୍‌ ସର୍କିଟ ଯୋଗୁ ଏହି ନିଆଁ ଲାଗିଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri