ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ

ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି ବୋଲି କୁହାଯାଉଛି । ଚାଇନାର ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଓ ଆମେରିକା ସମେତ ୭ଟି ଦେଶ ଚାଇନା ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଛନ୍ତି । ଏହି ପ୍ରତିବନ୍ଧକ ଅନୁଯାୟୀ, ଚାଇନାରୁ ଆସୁଥିବା ଯାତ୍ରୀମାନେ କୋଭିଡ ନେଗେଟିଭର ପ୍ରମାଣ ଦେବା ଜରୁରୀ । ଏସବୁ ଦେଶ ମଧ୍ୟରେ ରହିଛନ୍ତି ଜାପାନ, ଦକ୍ଷିଣ କୋରିଆ, ତାଇୱାନ, ଇଟାଲୀ ଓ ମାଲେସିୟା ।

ସୂଚନାଯୋଗ୍ୟ, ଏବେ ପର୍ଯ୍ୟନ୍ତ ଇଟାଲୀ କରୋନା ସଂକ୍ରମଣ ଯୋଗୁ ହୋଇଥିବା କ୍ଷତିକୁ ଭରଣା କରିପାରି ନ ଥିବା ବେଳେ ପୁଣିଥରେ କରୋନାର ଲେଉଟାଣି ଇଟାଲୀର ଚିନ୍ତା ବଢାଇଛି । ବୁଧବାର ଚାଇନାରୁ ଆସିଥିବା ଦୁଇଟି ବିମାନରେ ୨୧୨ ଜଣ ଯାତ୍ରୀ ଥିବା ବେଳେ ସେଥିରୁ ୧୦୦ ଜଣ କରୋନା ସଂକ୍ରମିତ ଥିବା ଚିହ୍ନଟ ହୋଇଛନ୍ତି । ଏହାପରେ ତୁରନ୍ତ ଇଟାଲୀ ସରକାର ଚାଇନାରୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ କରିବା ବାଧ୍ୟତାମୂଳକ କରି ଦେଇଛନ୍ତି । ଜର୍ମାନୀ ମଧ୍ୟ ବିମାନ ବନ୍ଦରରେ ସ୍ୱାସ୍ଥ୍ୟକର୍ମୀଙ୍କୁ ସଜାଗ ରହିବାକୁ କହିଛି ହେଲେ କୌଣସି ପ୍ରତିବନ୍ଧକ ଲଗାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri