ଭୋଟ ବର୍ଜନ କରିବେ ୭ଶହ ଭୋଟର

ବାରିପଦା ଅଫିସ,୩ା୨: ମୌଳିକ ସୁବିଧାରୁ ବଞ୍ଚିତ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ପୂର୍ଣ୍ଣଚନ୍ଦ୍ରପୁର ପଞ୍ଚାୟତ କମଳାଶୋଳ ଗ୍ରାମବାସୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ମଙ୍ଗଳବାର ଶତାଧିକ ମହିଳା ପୁରୁଷ ବାରିପଦା ସଦର ଉପଜିଲାପାଳଙ୍କୁ ଦାବିପତ୍ର କରିଛନ୍ତି। ଜିଲାପାଳ ଓ ବଡ଼ସାହି ବିଡିଓଙ୍କୁ ମଧ୍ୟ ଅବଗତ କରି ବିହୀତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଛନ୍ତି।
ଏହି ଗ୍ରାମରେ ଥିବା ୮,୯ ଓ ୧୦ନଂ. ୱାର୍ଡରେ ପାଖାପାଖି ୭ଶହରୁ ଊର୍ଦ୍ଧ୍ୱ ଭୋଟର ରହିଛନ୍ତି। ଏହି ୱାର୍ଡ ଗୁଡ଼ିକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ଗମନାଗମନ, ବିଦ୍ୟୁତ୍‌ ଆଦି ସମସ୍ୟା ଦୀର୍ଘ ବର୍ଷ ଧରି ରହିଆସୁଛି। ନିର୍ବାଚନ ଆସିଲେ ମାଳ ମାଳ ନେତାଙ୍କ ପ୍ରତିଶ୍ରୁତି ବ୍ୟତୀତ ଅନ୍ୟକୌଣସି ମିଳି ନ ଥାଏ ବୋଲି ଗ୍ରାମର ରବୀନ୍ଦ୍ର ସିଂ, ସୁରେନ୍ଦ୍ର ସିଂ ପ୍ରକାଶ କରିଛନ୍ତି। ଉକ୍ତ ୱାର୍ଡର ବହୁ ହିତାଧିକାରୀ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇ ନୁଅଁାଣିଆ ଚାଳଛପର ଘରେ ଦିନ ବିତାଉଛନ୍ତି। ୨୨ନଂ. ଜିଲାପରିଷଦ ଜୋନ ଅଧୀନରେ ଏହି ୩ଟି ୱାର୍ଡ ରହୁଥିବା ବେଳେ ଜିଲାପରିଷଦ ସଦସ୍ୟ, ସରପଞ୍ଚ, ସମିତିସଭ୍ୟ ଓ ୱାର୍ଡସଭ୍ୟମାନେ ନିର୍ବାଚିତ ହୋଇ ବ୍ୟକ୍ତି ସ୍ବାର୍ଥପ୍ରତି ଧ୍ୟାନ ଦେଉଥିବା ଗ୍ରାମବାସୀ ଶୁକଦେବ ସିଂ, ରାମ ସିଂ, ଦେବ ସିଂ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri