Posted inଜାତୀୟ

ଲାଣ୍ଡିଂର ୭ ମିନିଟ୍‌ ପୂର୍ବରୁ ଅନ୍ତିମ ରେଡିଓ କଣ୍ଟାକ୍ଟ କରିଥିଲା ଚପର

ନୂଆଦିଲ୍ଲୀ,୯।୧୨: ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତ, ତାଙ୍କ ପତ୍ନୀଙ୍କ ସମେତ ୧୪ ଜଣଙ୍କୁ ନେଇ ଯାଉଥିବା ବାୟୁ ସେନାର ଏମ୍‌ଆଇ-୧୭ ଭି-୫ ହେଲିକପ୍ଟର ଦୁର୍ଘଟଣା ସମ୍ପର୍କରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ୧୨ଟା ୧୫ରେ ଓ୍ବେଲିଂଟନଠାରେ ଅବତରଣ କରିବା ଲାଗି ବାୟୁ ସେନା ହେଲିକପ୍ଟର ସୁଲୁର ଏୟାର ବେସରୁ ୧୧ଟା ୪୮ରେ ଉଡାଣ ଆରମ୍ଭ କରିଥିଲା। ଲାଣ୍ଡିଂର ୭ ମିନିଟ୍‌ ପୂର୍ବରୁ ଅଥାର୍ଥ ପ୍ରାୟ ୧୨ଟା ୦୮ରେ ଚପର ସହ ଅନ୍ତିମ ରେଡିଓ କଣ୍ଟାକ୍ଟ ହୋଇଥିବା ଜଣାପଡ଼ିଛି।

ଓ୍ବେଲିଂଟନ ସ୍ଥିତ ଡିଫେନ୍ସ ସର୍ଭିସ ଷ୍ଟାଫ କଲେଜ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ପାଇଁ ଯାଉଥିଲେ ଜେନେରାଲ ରାଓ୍ବତ।

ସୁଲୁର ଏୟାର ବେସର ଟ୍ରାଫିକ କଣ୍ଟ୍ରୋଲ ହେଲିକପ୍ଟର ସହ ପ୍ରାୟ ୧୨ଟା ୦୮ରେ ରେଡିଓ ଯୋଗାଯୋଗ କଟି ଯାଇଥିଲା।

ବାୟୁ ସେନାରେ ଏମ୍‌ଆଇ-୧୭ଭି-୫ ଚପରକୁ ସାମିଲ କରିଥିବା ପୂର୍ବତନ ବାୟୁ ସେନା ମୁଖ୍ୟ ତଥା ଏୟାର ଚିଫ ମାର୍ଶଲ ଫଲି ଏଚ୍‌ ମେଜର କହିଛନ୍ତି, ସୁଲୁରରୁ ଓ୍ବେଲିଂଟନ ପାଇଁ ଉଡାଣ ପାଇଁ ୨୦ରୁ ୨୫ ମିନିଟ୍‌ ଲାଗେ। ଏତେ କମ ସମୟର ଉଡାଣରେ ହେଲିକପ୍ଟର କେଉଁ କାରଣରୁ ଦୁର୍ଘଟଣାଗ୍ରସ୍ତ ହେଲା ତାହା କହିବା ମୁସ୍କିଲ।

ତେବେ ଫ୍ଲାଇଟ୍‌ ଡାଟା ରେକଡର ‘ବ୍ଲାକ ବକ୍ସ’ ଉଦ୍ଧାର କରାଯାଇସାରିଛି। ଏଣୁ ଦୁର୍ଘଟଣାର କାରଣ ଖୁବ୍‌ ଶୀଘ୍ର ଜଣାପଡ଼ିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଗୁରୁବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri