Posted inଜାତୀୟ

ସୁପ୍ରିମ୍‌କୋର୍ଟଙ୍କ ରାୟ ବିରୋଧରେ ଏକଜୁଟ ହେଲେ ୧୭ ବିରୋଧି ଦଳ…

ନୂଆଦିଲ୍ଲୀ, ୩।୮ : ଦେଶର ୧୭ ବିରୋଧୀ ଦଳ ଏକଜୁଟ ହୋଇ ୨୦୧୯ ରେ ପ୍ରିଭେନଶନ ଅଫ ମନି ଲଣ୍ଡରିଂ ଆକ୍ଟ (ପିଏମଏଲଏ) ରେ କରାଯାଇଥିବା ସଂଶୋଧନକୁ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ବିପଜ୍ଜନକ ବୋଲି କହିଛନ୍ତି। କଂଗ୍ରେସ, ତୃଣମୂଳ କଂଗ୍ରେସ, ଡିଏମକେ, ଆମ ଆଦମୀ ପାର୍ଟି, ସିପିଏମ, ସମାଜବାଦି ପାର୍ଟି ଏବଂ ରାଷ୍ଟ୍ରୀୟ ଜନତା ଦଳ ସମେତ ଅନ୍ୟ କେତେକ ଦଳ ଦସ୍ତଖତ କରିଥିବା ବିବୃତ୍ତିରେ କୁହାଯାଇଛି ଯେ ଏହି ବିପଜ୍ଜନକ ରାୟ ସ୍ବଳ୍ପକାଳୀନ ହେବ ଏବଂ ସାମ୍ବିଧାନିକ ବ୍ୟବସ୍ଥା ମଧ୍ୟ ଶୀଘ୍ର ଫେରି ଆସିବ ବୋଲି ଆମେ ଆଶା କରୁଛୁ।

ଉଲ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟ ଗତ ସପ୍ତାହରେ ଦେଇଥିବା ରାୟରେ ସଂଶୋଧିତ ଆଇନ ଅନୁଯାୟୀ ଇଡିକୁ ଦିଆଯାଇଥିବା ବ୍ୟାପକ କ୍ଷମତାର ବୈଧତାକୁ ସମର୍ଥନ କରିଛନ୍ତି। ବିରୋଧୀ ଦଳ ପୁଣିଥରେ ସୁପ୍ରିମକୋର୍ଟ ଯାଇ ଏହି ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ହେଉଛନ୍ତି।

ବିରୋଧୀ ଦଳ କହିଛନ୍ତି, ନିକଟରେ ସୁପ୍ରିମକୋର୍ଟଙ୍କ ଆଦେଶର ସୁଦୂରପ୍ରସାରୀ ପ୍ରଭାବକୁ ନେଇ ଆମେ ଆମର ଗଭୀର ଚିନ୍ତା ପ୍ରକଟ କରୁଛୁ ଯେଉଁଥିରେ ସୁପ୍ରିମକୋର୍ଟ ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟ ୨୦୦୨ରେ ହୋଇଥିବା ସଂଶୋଧନକୁ ସମ୍ପୂର୍ଣ୍ଣ ରୂପେ ସମର୍ଥନ କରିଥିଲେ ଏବଂ ଏହାର ଯାଞ୍ଚ୍‌ କରିନାହାଁନ୍ତି। ଫାଇନାନ୍ସ ବିଲ ମାଧ୍ୟମରେ ଏହି ସଂଶୋଧନଗୁଡ଼ିକ ମଧ୍ୟରୁ କିଛି କରାଯାଇଛି ବୋଲି ବିରୋଧୀ ଦଳ କହିଛନ୍ତି ଯେ ଆମେ ଆମର ସୁପ୍ରିମକୋର୍ଟଙ୍କୁ ସମ୍ମାନ ଦେଉଛୁ ଏବଂ ସର୍ବଦା ତାହା କରିବୁ। ତଥାପି ଆମେ ଉଲ୍ଲେଖ କରିବାକୁ ବାଧ୍ୟ ଅଟୁ ଯେ ଫାଇନାନ୍ସ ବିଲ ମାଧ୍ୟମରେ କରାଯାଇଥିବା ସଂଶୋଧନର ଆଇନଗତ ସ୍ବୀକୃତି ବିଚାର କରି ବୃହତ ବେଞ୍ଚର ନିଷ୍ପତ୍ତିକୁ ଅପେକ୍ଷା କରାଯିବା ଉଚିତ।

ପ୍ରତିଶୋଧ ରାଜନୀତିରେ ଏହି ସଂଶୋଧନଗୁଡ଼ିକର ଅପବ୍ୟବହାର କରାଯାଉଛି। ବିରୋଧୀ ଦଳ କହିଛନ୍ତି, ଶୀର୍ଷକୋର୍ଟଙ୍କ ପକ୍ଷରୁ ଏକ ନିରପେକ୍ଷ ନିଷ୍ପତ୍ତି ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri