ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ସଭିଙ୍କ ଦୃଷ୍ଟି ଆକର୍ଷଣ କଲେ ୧୭ ବର୍ଷୀୟା କାଇ ଟ୍ରମ୍ପ

ଓ୍ବାଶିଂଟନ,୨୧।୧: ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଅନେକ ସେଲିବ୍ରିଟି ଯୋଗ ଦେଇଥିଲେ। ଟ୍ରମ୍ପ କ୍ୟାପିଟାଲ ହିଲ ଭିତରେ ଥିବା ରୋଟୁଣ୍ଡା ହଲରେ ଶପଥ ଗ୍ରହଣ କରିଥିଲେ। ଏହି ସମୟରେ ତାଙ୍କ ପରିବାର ମଧ୍ୟ ହଲରେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ ଉତ୍ସବର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଶପଥ ଗ୍ରହଣ ସମାରୋହ ସମୟରେ, ହଲରେ ଉପସ୍ଥିତ ଲୋକଙ୍କ ଶାରୀରିକ ଭାଷା, ଆଚରଣ ଏବଂ ପୋଷାକ ଉପରେ ଆଲୋଚନା କରାଯାଉଛି।
ଗୋଟିଏ ପଟେ, ଏଲୋନ ମସ୍କଙ୍କ ନାଜି ସାଲ୍ୟୁଟକୁ ନେଇ ଏକ ବିବାଦ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ, ଡୋନାଲ୍ଡ ଟ୍ରମ୍ପଙ୍କ ୧୭ ବର୍ଷୀୟା ନାତୁଣୀ କାଇ ମ୍ୟାଡିସନ ଟ୍ରମ୍ପଙ୍କୁ ନେଇ ମଧ୍ୟ ବହୁତ ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ୟୁଜର୍ସ ତାଙ୍କର ଡ୍ରେସିଂ ସେନ୍ସକୁ ପ୍ରଶଂସା କରୁଛନ୍ତି। ଅନେକ ଲୋକ ତାଙ୍କ ସୌନ୍ଦର୍ଯ୍ୟରେ ବମୋହିତ ମଧ୍ୟ ହୋଇଗଲେଣି।
ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଇନଷ୍ଟାଗ୍ରାମରେ ଶପଥ ଗ୍ରହଣ ଉତ୍ସବ ସାର କିଛି ଝଲକ ମଧ୍ୟ ଶେୟାର କରିଛନ୍ତି। ତାଙ୍କର ଚମତ୍କାର ଲୁକ ଶେୟାର କରି ସେ ଏକ ପୋଷ୍ଟରେ ଲେଖିଛନ୍ତି, ‘ଦି ବିଗ ଡେ!’ ଫଟୋରେ, କାଇଙ୍କୁ ମିଡନାଇଟ ବ୍ଲୁ ଷ୍ଟ୍ରାପ୍ଲେସ ଡ୍ରେସ ପିନ୍ଧିଥିବାର ଦେଖିବାକୁ ମିଳୁଛି।
ସେ ଏକ ଚମକଦାର ଗାଉନ ପିନ୍ଧି ଇନଷ୍ଟାରେ ଏକ ଭିଡିଓ ଶେୟାର କରିଛନ୍ତି। ପୋଷ୍ଟର କ୍ୟାପସନରେ ସେ ଲେଖିଛନ୍ତି, ‘ଇନାଗରେଶନ ବଲ ଡ୍ୟାନ୍ସ ରେଡି’।
କାଇ ମ୍ୟାଡିସନ ଟ୍ରମ୍ପ ହେଉଛନ୍ତି ଡୋନାଲ୍ଡ ଜୁନିଅର ଏବଂ ଭାନେସା ହେଡେନଙ୍କ ବଡ଼ ଝିଅ। ସେ ନିଜର YouTube ଚ୍ୟାନେଲ ଚଳାଉଛନ୍ତି। ସେ ଇନଷ୍ଟାଗ୍ରାମରେ ମଧ୍ୟ ବହୁତ ସକ୍ରିୟ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri