ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ସଭିଙ୍କ ଦୃଷ୍ଟି ଆକର୍ଷଣ କଲେ ୧୭ ବର୍ଷୀୟା କାଇ ଟ୍ରମ୍ପ

ଓ୍ବାଶିଂଟନ,୨୧।୧: ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଅନେକ ସେଲିବ୍ରିଟି ଯୋଗ ଦେଇଥିଲେ। ଟ୍ରମ୍ପ କ୍ୟାପିଟାଲ ହିଲ ଭିତରେ ଥିବା ରୋଟୁଣ୍ଡା ହଲରେ ଶପଥ ଗ୍ରହଣ କରିଥିଲେ। ଏହି ସମୟରେ ତାଙ୍କ ପରିବାର ମଧ୍ୟ ହଲରେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ ଉତ୍ସବର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଶପଥ ଗ୍ରହଣ ସମାରୋହ ସମୟରେ, ହଲରେ ଉପସ୍ଥିତ ଲୋକଙ୍କ ଶାରୀରିକ ଭାଷା, ଆଚରଣ ଏବଂ ପୋଷାକ ଉପରେ ଆଲୋଚନା କରାଯାଉଛି।
ଗୋଟିଏ ପଟେ, ଏଲୋନ ମସ୍କଙ୍କ ନାଜି ସାଲ୍ୟୁଟକୁ ନେଇ ଏକ ବିବାଦ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ, ଡୋନାଲ୍ଡ ଟ୍ରମ୍ପଙ୍କ ୧୭ ବର୍ଷୀୟା ନାତୁଣୀ କାଇ ମ୍ୟାଡିସନ ଟ୍ରମ୍ପଙ୍କୁ ନେଇ ମଧ୍ୟ ବହୁତ ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ୟୁଜର୍ସ ତାଙ୍କର ଡ୍ରେସିଂ ସେନ୍ସକୁ ପ୍ରଶଂସା କରୁଛନ୍ତି। ଅନେକ ଲୋକ ତାଙ୍କ ସୌନ୍ଦର୍ଯ୍ୟରେ ବମୋହିତ ମଧ୍ୟ ହୋଇଗଲେଣି।
ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଇନଷ୍ଟାଗ୍ରାମରେ ଶପଥ ଗ୍ରହଣ ଉତ୍ସବ ସାର କିଛି ଝଲକ ମଧ୍ୟ ଶେୟାର କରିଛନ୍ତି। ତାଙ୍କର ଚମତ୍କାର ଲୁକ ଶେୟାର କରି ସେ ଏକ ପୋଷ୍ଟରେ ଲେଖିଛନ୍ତି, ‘ଦି ବିଗ ଡେ!’ ଫଟୋରେ, କାଇଙ୍କୁ ମିଡନାଇଟ ବ୍ଲୁ ଷ୍ଟ୍ରାପ୍ଲେସ ଡ୍ରେସ ପିନ୍ଧିଥିବାର ଦେଖିବାକୁ ମିଳୁଛି।
ସେ ଏକ ଚମକଦାର ଗାଉନ ପିନ୍ଧି ଇନଷ୍ଟାରେ ଏକ ଭିଡିଓ ଶେୟାର କରିଛନ୍ତି। ପୋଷ୍ଟର କ୍ୟାପସନରେ ସେ ଲେଖିଛନ୍ତି, ‘ଇନାଗରେଶନ ବଲ ଡ୍ୟାନ୍ସ ରେଡି’।
କାଇ ମ୍ୟାଡିସନ ଟ୍ରମ୍ପ ହେଉଛନ୍ତି ଡୋନାଲ୍ଡ ଜୁନିଅର ଏବଂ ଭାନେସା ହେଡେନଙ୍କ ବଡ଼ ଝିଅ। ସେ ନିଜର YouTube ଚ୍ୟାନେଲ ଚଳାଉଛନ୍ତି। ସେ ଇନଷ୍ଟାଗ୍ରାମରେ ମଧ୍ୟ ବହୁତ ସକ୍ରିୟ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri