Posted inଜାତୀୟ

ହୋଟେଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର

ଲକ୍ଷ୍ନୌ,୬ା୧୧: ଉତ୍ତରପ୍ରଦେଶରେ ଲକ୍ଷ୍ନୌରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ଇନ୍‌ଷ୍ଟାଗ୍ରାମ ବନ୍ଧୁତାର ବୀଭତ୍ସ ପରିଣତି ଦେଖିବାକୁ ମିଳିଛି। ଅଭିଯୁକ୍ତ ଜଣକ ବନ୍ଧୁତା ଆଳରେ ଛାତ୍ରୀଙ୍କୁ ଭେଟିବା ପାଇଁ ହୋଟେଲକୁ ଡକାଇ ଅନ୍ୟ ୨ ସହଯୋଗୀଙ୍କ ସହ ଗଣବଳାତ୍କାର କରିଛନ୍ତି।

୩ ଜଣଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଫେରାର ହୋଇଯାଇଛନ୍ତି। ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ମାଆ ସରୋଜିନୀନଗର ଥାନାରେ ଅଭିଯୋଗ କରିଥିଲେ।

ପୀଡ଼ିତାଙ୍କ କହିବା ଅନୁଯାୟୀ ଜଣେ ଯୁବକଙ୍କ ସହ ଇନ୍‌ଷ୍ଟାଗ୍ରାମରେ ତାଙ୍କର ବନ୍ଧୁତା ସ୍ଥାପନ ହୋଇଥିଲା। ପରେ ସେ ଯୁବକଙ୍କ ସହ ଅନେକ ସମୟରେ ଫୋନ୍‌ରେ କଥା ହେଉଥିଲେ। ଅଭିଯୁକ୍ତ ଆଗ୍ରା ଏକ୍ସପ୍ରେସ୍‌ଓ୍ବେ ନିକଟରେ ରହୁଥିବା ତାଙ୍କୁ କହିଥିଲେ। ଯୁବକଙ୍କ ଆମନ୍ତ୍ରଣକ୍ରମେ ଛାତ୍ରୀଜଣକ ଗତ ଅକ୍ଟୋବର ୧୦ ତାରିଖ ରାତି ୧୦ଟାରେ ତାଙ୍କୁ ଭେଟିବାକୁ ଘରୁ ବାହାରିଯାଇଥିଲେ।

ଅଭିଯୁକ୍ତଙ୍କ ସହ ଅନ୍ୟ ୨ ଯୁବକ ଏକ ସ୍କର୍ପିଓରେ ଆସି ପହଞ୍ଚିବା ପରେ ଛାତ୍ରୀଙ୍କୁ ଆଇଆଇଏମ୍‌ ରୋଡରେ ଥିବା ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ସେମାନେ ଜଣକ ପରେ ଜଣେ ଛାତ୍ରୀଙ୍କୁ ବଳାତ୍କାର କରିବା ସହ ଘଟଣାର ଭିଡିଓ ରେକର୍ଡିଂ କରାଇଥିଲେ। ଛାତ୍ରୀ ପ୍ରତିରୋଧ କଲେ ଉକ୍ତ ଭିଡିଓକୁ ଭାଇରାଲ କରିଦେବେ ବୋଲି ସେମାନେ ଧମକ ଦେଇଥିଲେ। ସେମାନେ ପୀଡ଼ିତାଙ୍କ ଫୋନ୍‌ ନେଇଯିବା ସହ ତାଙ୍କୁ କିଛିଦିନ ଘରେ ବନ୍ଦ କରି ରଖିବା ପରେ ୧୪ ତାରିଖରେ ତାଙ୍କ ଘର ନିକଟରେ ଛାଡ଼ି ଚାଲିଯାଇଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri