ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କରିଥିଲେ ବଳାତ୍କାର: ଏମିତି ରାୟ ଶୁଣାଇଲେ କୋର୍ଟ  

ବ୍ରହ୍ମପୁର,୧୬।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷୀ ପ୍ରମାଣ ଆଧାରରେ ଜଜ୍‌ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ପୋଲସରା ଅଞ୍ଚଳର ନିରଞ୍ଜନ ଶବର (୩୦)। ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଜଜ। ଏଥିସହ ୫ହଜାର ଟଙ୍କା ଜରିମାନା ଅନାଦେୟ ଅତିରିକ୍ତ ୬ମାସ ଜେଲଦଣ୍ଡର ନିର୍ଦ୍ଦେଶ ଦେଇଥିବା ନେଇ ଜଜ୍‌ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତଙ୍କ ଠାରୁ ଆଦାୟ ଜରିମାନା ଟଙ୍କା ପୀଡ଼ିତାଙ୍କୁ ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।
ସେହିପରି ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଜଜ। ପୀଡ଼ିତା ଜଣଙ୍କ ବ୍ରହ୍ମପୁରରେ ରହି ଏକ ସ୍କୁଲରେ ପାଠ ପଢ଼ୁଥିବା ପୋଲିସ କହିଛି।
ଘଟଣାରୁ ପ୍ରକାଶ, ଜଣେ ୭ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ପୋଲସରା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ୩୦୩ /୨୫ ରେ ଏକ ମାମଲା ରୁଜୁ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ଏସଆଇ ମିଳନ ପ୍ରଧାନ ଅଭିଯୁକ୍ତ ନିରଞ୍ଜନ ଶବରଙ୍କୁ ଗିରଫ କରିଥିଲେ। ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମଇନା କରାଯାଇଥିଲା। ପରେ ନିରଞ୍ଜନ କୋର୍ଟ ଚାଲାଣ ହୋଇଥିଲେ। ପୋଲିସ କୋର୍ଟରେ ତାଙ୍କୁ ଅଭିଯୁକ୍ତ ଦର୍ଶାଇ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା। ମାମଲାର ବିଚାରଣା ବେଳେ ୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ ଗିରଫ ଠାରୁ  ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ନିରଞ୍ଜନଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀବମାନଙ୍କ ବୟାନ ଓ ଚାର୍ଜସିଟକୁ ଭିତ୍ତି କରି ପ୍ରମାଣ ମିଳିଥିବାରୁ ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri