Posted inଜାତୀୟ

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ ଉଦାହରଣ ଭାଡ ରୋଡ ଅଞ୍ଚଳରେ ଦେଖିବାକୁ ମିଳିଛି। ଏଠାରେ ସପ୍ତମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୩ ବର୍ଷୀୟ ବାଳକ ଫାଶି ଦେଇ ଆତ୍ମହତ୍ୟା କରିଛନ୍ତି। କାରଣ ତାଙ୍କ ବାପାମା’ ତାଙ୍କୁ ମୋବାଇଲ ଛାଡ଼ି ହୋମଓ୍ବାର୍କ କରିବାକୁ କହିଥିଲେ। ଏହି ଦୁଃଖଦ ଘଟଣା ପରେ ସମଗ୍ର ପରିବାର ଗଭୀର ମର୍ମାହତ। ଏହି ଘଟଣା ଅନ୍ୟ ମାତାପିତାଙ୍କ ପାଇଁ ଏକ ଚେତାବନୀ।

ମୂଳତଃ ଓଡ଼ିଶାର ଏକ ପରିବାର କିଛି ଦିନ ଧରି ସୁରତରେ ରହୁଥିଲେ। ପରିବାରରେ ବାପାମା’, ଗୋଟିଏ ଝିଅ ଏବଂ ଗୋଟିଏ ୧୩ ବର୍ଷୀୟ ପୁଅ ଥିଲେ। ବାପା ଏକ ତନ୍ତ କାରଖାନାରେ ଶ୍ରମିକ ଭାବରେ କାମ କରନ୍ତି। ମୃତ ଛାତ୍ର ସୁରତ ନଗର ନିଗମର ପୌର ପ୍ରାଥମିକ ଶିକ୍ଷା କମିଟି ଦ୍ୱାରା ପରିଚାଳିତ ଏକ ସ୍କୁଲରେ ସପ୍ତମ ଶ୍ରେଣୀରେ ପାଠ ପଢ଼ୁଥିଲେ।
ଛାତ୍ର ଜଣଙ୍କୁ ମୋବାଇଲ୍‌ରେ ଗେମ ଖେଳିବାର ନିଶା ଘାରିଥିଲା। ଘଟଣା ଦିନ ବାପାମା ତାଙ୍କୁ ଗାଳି ଦେଇ ନ ଥିଲେ; ବରଂ ସେମାନେ ବୁଝାସୁଝା କରି ମୋବାଇଲ ବନ୍ଦ କରି ସ୍କୁଲ ହୋମୱାର୍କ ସାରିବାକୁ କହିଥିଲେ। କିନ୍ତୁ ସେ ରାଗିକି ଯାଇ ରୁମ୍‌ରେ ସିଲିଂ ଫ୍ୟାନ୍‌ରେ ସ୍କାର୍ଫ ବ୍ୟବହାର କରି ଆତ୍ମହତ୍ୟା କରିଥିଲେ।
ମୋବାଇଲ ଗେମିଂ ନିଶା ଯୋଗୁ ନିକଟ ଅତୀତରେ ଛାତ୍ର ଜଣଙ୍କର ଆଚରଣ ଜିଦ୍‌ଖୋର ଏବଂ ଆକ୍ରମଣାତ୍ମକ ହୋଇଯାଇଥିଲା ବୋଲି ପରବାର ଲୋକେ କହିଛନ୍ତି। ପୋଲିସ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରୁଛି ଏବଂ ଆତ୍ମହତ୍ୟା ପଛର ସଠିକ କାରଣ ଜାଣିବାକୁ ଚେଷ୍ଟା କରୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri