ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ୭୧ ପ୍ରତିଶତ: ସିଏମ୍‌ସି କମିଶନର

କଟକ ଅଫିସ,୨୬ା୭-କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ଏକ ସପ୍ତାହରେ ମୋଟ୍‌ ଚିହ୍ନଟଙ୍କ ମଧ୍ୟରୁ ପୂର୍ବଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୭୧ ପ୍ରତିଶତ ଆକ୍ରାନ୍ତ ହୋଇଛନ୍ତି। କଟକ ସହର ଜନଗହଳିପୂର୍ଣ୍ଣ ହୋଇଥିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ସବୁଠୁ ବଡ଼ ଚିନ୍ତାର ବିଷୟ ହେଉଛି, ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ ଗୋଟିଏ ପରିବାର କିମ୍ବା ପଡ଼ୋଶୀ ରହିଛନ୍ତି। ପରିବାର ଭିତରେ ସଂକ୍ରମଣ ବ୍ୟାପୁଥିବାରୁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ କ୍ଲଷ୍ଟର୍‌ ଚିହ୍ନଟ କରାଯାଇ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଉଛି ବୋଲି କମିଶନର ଅନନ୍ୟା ଦାସ କହିଛନ୍ତି।
ଗତ ୧୯ରୁ ୨୪ ତାରିଖ ଭିତରେ ସହରରେ ୨୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୭ ଜଣ ପୂର୍ବରୁ ଆକ୍ରାନ୍ତ ହୋଇଥିବା ନିଜ ପରିବାର ସଦସ୍ୟ, ପଡ଼ୋଶୀ ଓ ସହକର୍ମୀଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିଭଳି ୩୯ ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ବାହାର ରାଜ୍ୟ ଓ ୨୫ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ରହିଛନ୍ତି। କେତେକ କ୍ଲଷ୍ଟର୍‌ରେ ଗୋଟିଏ ପରିବାର ଓ ପଡ଼ୋଶୀଙ୍କୁ ମିଶାଇ ପ୍ରାୟ ୪୦ ଆକ୍ରାନ୍ତ ହୋଇଛନ୍ତି। ଏଣୁ ପରିବାରରେ ବୟସ୍କ ଓ ଶିଶୁଙ୍କ ବିଶେଷ ଯତ୍ନ ନେବାକୁ ପରାମର୍ଶ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri