ଲଘୁଚାପଜନିତ ବର୍ଷାରେ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ

ରାଜକନିକା,୨୨ା୯ (ସଞ୍ଜୟ କୁମାର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ରାଜକନିକା ପୂର୍ବ କନିକା ଆୟତନସ୍ଥିତ କମଳା ମଡେଲ ବାଳିକା ଉଚ୍ଚ ବିଦ୍ୟାଳୟ, କନିକା ଉଚ୍ଚ ବିଦ୍ୟାଳୟ, ଆୟତନ ପ୍ରାଥମିକ ବିଦ୍ୟାଳୟ ସମେତ ସ୍ଥାନୀୟ ବଜାର ଜଳାର୍ଣ୍ଣବ ହୋଇଛି। ବର୍ଷା ଜଳ ନିଷ୍କାସନର ସୁବିଧା ନ ଥିବାରୁ ୩ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷ କରି କମଳା ମଡେଲ ବାଳିକା ଉଚ୍ଚ ବିଦ୍ୟାଳୟରେ ବର୍ଷା ପାଣି ଜମି ରହିବାରୁ ପରିସ୍ଥିତି ସଙ୍ଗୀନ ହୋଇଛି । ଫଳରେ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହୋଇଛି । ଏ ବାବଦରେ ଏକାଧିକ ଥର ବିଦ୍ୟାଳୟର କର୍ତ୍ତୃପକ୍ଷ ରାଜକନିକା ମଣ୍ଡଳ ଶିକ୍ଷା ଅଧିକାରୀ ଓ ବିଡ଼ିଓଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ, ଜଳ ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରତିଦିନ ଏହି ୩ ସ୍କୁଲକୁ ଶତାଧିକ ଛାତ୍ରୀଛାତ୍ର ଆସି ଥାଆନ୍ତି । ଆୟତନ ବଜାର ଉପରେ ଆଖପାଖ ଅଞ୍ଚଳର ପ୍ରାୟ ୨୦ ମୌଜାର ଲୋକମାନେ ନିର୍ଭର କରିଥାଆନ୍ତି । ଶୈବପୀଠ କପିଳେଶ୍ୱର ଧାମକୁ ଯିବାକୁ ହେଲେ ଆୟତନ ବଜାର ମୁଖ୍ୟ ରାସ୍ତା। ପ୍ରତିଦିନ ଶହ ଶହ ଶ୍ରଦ୍ଧାଳୁ ଏହି ରାସ୍ତା ଦେଇ ଯାତାୟାତ କରିଥାନ୍ତି । ହେଲେ ସେହି ରାସ୍ତାରେ ବର୍ଷା ପାଣି ଜମି ରହିଥିବାରୁ ଲୋକେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କୃତ୍ରିମ ବନ୍ୟା ପାଇଁ ଜବରଦଖଲ ହିଁ ଦାୟୀ ବୋଲି ଅଞ୍ଚଳବାସୀ କହିଛନ୍ତି। ଏଥିପାଇଁ ସ୍ଥାନୀୟ ତହସିଲ ପ୍ରଶାସନକୁ ଲୋକମାନେ ଦାୟୀ କରିଛନ୍ତି । ତୁରନ୍ତ ଜଳ ନିଷ୍କାସନର ବ୍ୟବସ୍ଥା କରା ନ ଗଲେ ଜନ ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri