ସକାଳୁ ଚା’ ପିଇବାକୁ ଆସି ଚାଲିଗଲା ଜୀବନ: ବସ ଧକ୍କାରେ ଏକାଧିକ ବାଇକ ଓ କାର ଭାଙ୍ଗି ଚୁରମାର

ଦାରିଙ୍ଗବାଡି, ୨୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଗୁରୁବାର ସକାଳ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗୋଟିଏ ଘରୋଇ ବସ ଧକ୍କାରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି । ମୃତକ ହେଲେ ବ୍ରାହ୍ମଣୀଗାଁ ର ବନ୍ଦସା ମାଝୀ । ଗୁରୁତର ମହିଳା ହେଲେ ବନ୍ଦାବୁଡି ମାଝୀ ବୋଲି ପୋଲିସ କହିଛି । ଗୁରୁତର ଆହତ ମହିଳାଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଏମକେସିଜିକୁ ଅଧିକ ଚିକିତ୍ସା ପାଇଁ ନିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଏବେ କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯିବା ସହ ଦୁର୍ଘଟଣା ଘଟାଇଥିବା ବସ କୁ ଲୋକ ଅଟକାଇ ରଖିଛନ୍ତି। ପ୍ରକାଶ ଯେ, ସକାଳ ସମୟରେ ପଦ୍ମାଳୟ ଯାତ୍ରୀବାହି ବସଟି ଗଦାପୁର ଅଞ୍ଚଳରୁ ବାହାରିଥିବା ବେଳେ ବିକ୍ରାନ୍ତ ବସଟି ଦାରିଙ୍ଗବାଡିରୁ ବ୍ରହ୍ମପୁର ଯାଉଥିଲା ତେବେ ପୂର୍ବରୁ ବିକ୍ରାନ୍ତ ବସଟି ବ୍ରାହ୍ମଣୀଗାଁ ର ଆମଗାଁ କାର୍ଯ୍ୟାଳୟ ନିକଟରେ ପହଞ୍ଚି ଯାତ୍ରୀଙ୍କୁ ଚଢ଼ାଉଥିବା ବେଳେ ପଛରେ ଆସୁଥିବା ପଦ୍ମାଳୟ ବସଟି ଦ୍ରୁତ ଗତିରେ ଆସି ପୂର୍ବରୁ ଠିଆ ହୋଇଥିବା ବିକ୍ରାନ୍ତ ବସକୁ ଓଭେରଟେକ କରିଥିଲା ଫଳରେ ଚା’ଦୋକାନ ଆଡକୁ ବସଟି ମାଡ଼ିଯାଇ ଥିଲା ଏବଂ ଚା’ପିଉଥିବା ବନ୍ଦସା ମାଝୀ ଏବଂ ବନ୍ଦାବୁଡି ମାଝୀଙ୍କ ଉପରେ ମାଡି ଯାଇଥିଲା। ସେହିପରି ସାମ୍ନାରେ ଥିବା ଏକ ଧଳା ରଙ୍ଗର କାର, ଓ ବାଇକକୁ ମଧ୍ୟ ପଦ୍ମାଳୟ ବସ ଟି ଧକ୍କା ଦେଇଥିଲା ଫଳରେ କାର ଏବଂ ବାଇକ ଭାଙ୍ଗି ଚୁରମାର ହୋଇଯାଇଛି ତେବେ କାର ଏବଂ ବାଇକରେ କୌଣସି ଲୋକ ନଥିବାରୁ ସେମାନଙ୍କ ଜୀବନ ବଞ୍ଚିଯାଇଛି। ଖବର ଲେଖିବା ସୁଦ୍ଧା ବ୍ରାହ୍ମଣୀଗାଁ ରେ ଉତ୍ତେଜନା ଲାଗିରହିଛି ବସର ମାଲିକ ପହଞ୍ଚି କ୍ଷତି ପୁରଣ ଦେବାକୁ ଉତ୍ତ୍ୟକ୍ତ ଲୋକ ଦାବି କରିଛନ୍ତି ବ୍ରାହ୍ମଣୀଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?