Posted inଜାତୀୟ

ଦିଲ୍ଲୀରେ ୪୦ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା: ଗଲାଣି ୧୨ ଜୀବନ

ନୂଆଦିଲ୍ଲୀ,୯।୭: ଗତ ଦୁଇଦିନ ହେଲା ଉତ୍ତର ଭାରତର ବିଭିନ୍ନ ଭାଗରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ବର୍ତ୍ତମାନ ସୁଦ୍ଧା ୧୨ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏପରି କି ଆସନ୍ତା ଦୁଇଦିନ ଅଞ୍ଚଳରେ ବର୍ଷା ଲାଗି ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦିଲ୍ଲୀ, ହରିୟାଣା, ହିମାଚଳପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷେ ପ୍ରବଳ ବର୍ଷା ଯୋଗୁ ରାଜଧାନୀ ଦିଲ୍ଲୀର ବିଭିନ୍ନ ସ୍ଥାନରେ ପାଣି ଜମି ରହି ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଛି। ଦିଲ୍ଲୀରେ ୨୪ ଘଣ୍ଟା ମଧ୍ୟରେ ୧୫୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହାକି ୪୦ ବର୍ଷର(୧୯୮୨) ରେକର୍ଡ ଭାଙ୍ଗିଛି। ରବିବାର ମଧ୍ୟ ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ଗୁରୁଗ୍ରାମର ବିଭିନ୍ନ ସ୍ଥାନରେ ପାଣି ଜମି ରହି ନିଷ୍କାସନ ହୋଇପାରୁ ନାହିଁ। ଫଳରେ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି।

ଏପରି କି ଦିଲ୍ଲୀର ଏକ ଘରଛାତ ପ୍ଲାଷ୍ଟର ଖସିପଡିବାରୁ ୫୮ ବର୍ଷୀୟା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ରାଜସ୍ଥାନରେ ବର୍ଷାଜନିତ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ରବିବାର ବର୍ଷାରେ ଉତ୍ତରପ୍ରଦେଶର ମୁଜାଫରନଗରରେ ଜଣେ ମହିଳା ଏବଂ ତାଙ୍କର ୬ ବର୍ଷର ଝିଅଙ୍କ ମୃତ୍ୟୁ ଘଟିଛି। ସେହିଭଳି ହିମାଚଳ ପ୍ରଦେଶର ଶିମ୍‌ଲାରେ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ହୋଇଥିବା ବନ୍ୟାରେ ୨ଜଣ ଯବାନ ପାଣିରେ ଭାସି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?