Posted inଜାତୀୟ

ଉତ୍ତରାଖଣ୍ଡରେ ଭୂକମ୍ପ

ପିଥୌରାଗଡ,୭।୮: ଉତ୍ତରାଖଣ୍ଡର ସୀମାବର୍ତ୍ତୀ ପିଥୌରାଗଡ ଜିଲା ଓ ଏହାର ଆଖପାଖରେ ଶନିବାର ଓ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ହେଲେ ଏହାର ତୀବ୍ରତା ରିକ୍ଟର ସ୍କେଲରେ କମ ଥିବା ଜଣାପଡିଛି। ସର୍ବପ୍ରଥମେ, ରବିବାର ରାତି ୧ଟା ୩୪ରେ ୪,୨ତୀବ୍ରତାର କମ୍ପନ ଅନୁଭୂତ ହୋଇଥିଲା। ଏହା ପରେ ୨ଟା ୪୮ ଏବଂ ସକାଳ ୬ଟା ୫୨ ରେ କମ୍ପନ ମଧ୍ୟ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଚାଇନା ସୀମାରେ ୧୦କିଲୋମିଟର ଗଭୀରରେ ଥିଲା।
ଏହି ଭୂକମ୍ପର କମ୍ପନ ସମ୍ପର୍କରେ ପିଥୌରାଗଡ ଜିଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଭୁପେନ୍ଦ୍ର ସିଂ ମେହେର କହିଛନ୍ତି ଯେ ପ୍ରଥମ ଥର ପାଇଁ ରାତି ୧ଟା ୩୦ ସମୟରେ କମ୍ପନ ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ରକ୍ଟ୍ଟର ସ୍କେଲରେ ୪.୨ମ୍ୟାଗ୍ନିଚ୍ୟୁଡ ଥିଲା। ତା’ପରେ ୨.୭ମ୍ୟାଗ୍ନିଚ୍ୟୁଡର କମ୍ପନ ରାତି ୨ଟା ୪୮ ରେ ଏବଂ ସକାଳ ୬ଟା ୫୨ରେ ୨.୮ମ୍ୟାଗ୍ନିଚ୍ୟୁଡର କମ୍ପନ ଅନୁଭୂତ ହୋଇଥିଲା। ସେ କହିଛନ୍ତି ଯେ ଏହି ଭୂକମ୍ପର କମ୍ପନ ଜିଲାର ବ୍ୟାସ ଉପତ୍ୟକା ଅଞ୍ଚଳର ରୋଙ୍ଗକୋଙ୍ଗ, ନାଭି ଏବଂ ବୁଣ୍ଡିରେ ମଧ୍ୟ ଅନୁଭୂତ ହୋଇଛି, ଏହି କାରଣରୁ ଏହି ଅଞ୍ଚଳରେ ରହୁଥିବା ଲୋକମାନେ ଭୟଭୀତ ହୋଇପଡିଥିଲେ। ଭୁପେନ୍ଦ୍ର ସିଂ ମେହେରଙ୍କ ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭାରତ-ଚାଇନା ସୀମାରେ ଥିବା ମିଲାମରେ ଭୂମିଠାରୁ ୧୦କିଲୋମିଟର ଗଭୀରରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri