ଜାକର୍ତ୍ତାର ତେଲ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ, ଅତିକମରେ ୧୬ ମୃତ ଅନେକେ ଆହତ

ଜାକର୍ତ୍ତା,୪ ।୩: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ତେଲ ଭଣ୍ଡାର କେନ୍ଦ୍ରରେ ଭିଷଣ ଅଗ୍ନିକାଣ୍ଡ ହେବାରୁ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଅନେକେ ଆହତ ହୋଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ନିଆଁକୁ ଆୟତ୍ତ କରାଯାଇଛି । ଫୁଏଲ ଷ୍ଟୋରେଜ ଡିପୋ ସରକାରଙ୍କ କମ୍ପାନୀ ।
ରିପୋର୍ଟ ଅନୁଯାୟୀ, ଉତ୍ତର ଜାକର୍ତ୍ତାରେ ସରକାରୀ ଶକ୍ତି କମ୍ପାନୀ ପେର୍ତାମିନାର ତେଲ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ପରେ ନିକଟରେ ଥିବା ଲୋକେ ଭୟଭୀତ ହୋଇ ଜୀବନ ବଞ୍ଚାଇବାକୁ ସେଠାରୁ ଚାଲିଯାଇଥିଲେ । ପ୍ରଶାସନ ପକ୍ଷରୁ ନିକଟରେ ଥିବା ଲୋକଙ୍କୁ ଖାଲି କରି ଦିଆଯାଇଥିଲା । ଉତ୍ତର ଜାକର୍ତ୍ତାର ଅଗ୍ନୀଶମ ବିଭାଗ କହିଛି, ଏହି ଅଗ୍ନିକାଣ୍ଡରେ ୨ ଶିଶୁଙ୍କ ସମେତ ୧୬ ଜଣଙ୍କ ମୃତ୍ୟୁ ହୋଇଛି । ଅତିକମରେ ୫ରୁ ଅଧିକ ଆହତ ହୋଇଛନ୍ତି । ଅଗ୍ନିଶମ ବିଭାଗର ମୁଖ୍ୟ ମିଡିଆକୁ କହିଛନ୍ତି, ନିଆଁ କବଳକୁ ଆସି କେତେଜଣ ଗୁରୁତର ଆହତ ହୋଇପଡିଛନ୍ତି । ସେମାନଙ୍କ ଶରୀରର କିଛି ଅଂଶ ପୋଡିଯାଇଛି । ସ୍ଥାନୀୟ ସମୟ ଅନୁସାରେ ରାତି ପ୍ରାୟ ୮ଟାରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହାର କାରଣ ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri