ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ବୁଡ଼ିଯିବାରୁ ଅତି କମ୍‌ରେ ୧୦୯ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୫ ଜଣ ଶିଶୁ ଥିବା ଜଣାପଡ଼ିଛି । ଅନ୍ତର୍ଜାତୀୟ ପ୍ରବାସୀ ସଂଗଠନ (IOM) ରବିବାର ଏହି ସୂଚନା ଦେଇଛି।

IOM ଅନୁସାରେ, ଡଙ୍ଗାଟି ଜିବୁତିରୁ ୟେମେନ ଅଭିମୁଖେ ଯାଉଥିବା ବେଳେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୫୨ ଜଣ ପୁରୁଷ, ୪୨ ଜଣ ମହିଳା ଓ ୧୫ ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ୮୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅତି କମ୍‌ରେ ୧୧୬ ଜଣ ଏବେ ବି ନିଖୋଜ ଅଛନ୍ତି। ଆଫ୍ରିକାର ‘ହର୍ଣ୍ଣ ଅଫ୍ ଆଫ୍ରିକା’ ଅଞ୍ଚଳରୁ ହଜାର ହଜାର ପ୍ରବାସୀ ସୁରକ୍ଷା ଓ ଉନ୍ନତ ଆର୍ଥିକ ସୁଯୋଗ ଖୋଜି ଜିବୁତି ଦେଇ ଉପସାଗରୀୟ ଦେଶଗୁଡ଼ିକ ଅଭିମୁଖେ ଯାତ୍ରା କରୁଛନ୍ତି। ଏହି ଯାତ୍ରାରେ ସେମାନଙ୍କୁ ବାବ୍-ଅଲ୍-ମନ୍ଦେବ୍ ଜଳପଥ ଅତିକ୍ରମ କରିବାକୁ ପଡ଼ିଥାଏ।

ୟେମେନରେ ହିଂସା ଜାରି ରହିଥିଲେ ମଧ୍ୟ ଏହି ପ୍ରବାସ ଯାତ୍ରା ବନ୍ଦ ହୋଇନାହିଁ । ଅନେକ ପ୍ରବାସୀ ଏହି ବିପଦପୂର୍ଣ୍ଣ ସମୁଦ୍ରପଥ ଦେଇ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିବାକୁ ଚେଷ୍ଟା କରୁଛନ୍ତି। ଜିବୁତିରେ IOM ମିଶନ୍‌ ମୁଖ୍ୟ ଆଲେକ୍‌ଜାଣ୍ଡର କୋଏସାକ୍‌ ଏହି ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ କହିବା ଅନୁସାରେ, ଏହା ଜୀବନର ଏକ ବଡ଼ କ୍ଷତି। ଆର୍ଥିକ ସୁଯୋଗର ସନ୍ଧାନରେ ଏହି ପ୍ରବାସ ପଥ ଦେଇ ଯାତ୍ରା କରୁଥିବା ଲୋକମାନେ କେତେ ବିପଦର ସମ୍ମୁଖୀନ ହେଉଛନ୍ତି, ଏହି ଦୁଃଖଦ ଘଟଣା ତାହାର ଏକ ଗମ୍ଭୀର ସ୍ମାରକ ବୋଲି ସେ କହିଛନ୍ତି। ଘଟଣା ପରେ ନିଖୋଜ ଲୋକଙ୍କ ସଂଖ୍ୟା ଅଧିକ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ରହିଛି ।

୧୦

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?