ଇମ୍ରାନଙ୍କ ଆସନ ଟଳମଳ

ଇସଲାମାବାଦ୍‌,୧୮।୩: ପାକିସ୍ତାନର ଇମ୍ରାନ ଖାନ ସରକାର ଉପରେ ସଙ୍କଟର ବାଦଲ ଛାଇ ଯାଇଛି। ଇମ୍ରାନଙ୍କ ଗାଦିରୁ ହଟାଇବା ପାଇଁ ତାଙ୍କ ନିଜ ଦଳ ତେହେରିକ-ଇ-ଇନସାଫ (ପିଟିଆଇ)ର ଏମ୍‌ପିମାନେ ବି ଲାଗିପଡିଛନ୍ତି। ସେମାନେ ବିରୋଧୀ ସହ ହାତ ମିଳାଇଛନ୍ତି। ସରକାର ବିରୋଧରେ ସଂସଦରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ବିପକ୍ଷ ପ୍ରସ୍ତୁତ ହେଉଛନ୍ତି। ଏହା ପୂର୍ବରୁ ପାକିସ୍ତାନ ତେହେରିକ-ଇ-ଇନସାଫର ୨୪ ଏମ୍‌ପି ଇସଲାମାବାଦର ସିନ୍ଧ ହାଉସରେ ଆଶ୍ରୟ ନେଇଛନ୍ତି।
ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ଇମ୍ରାନଙ୍କ ଦଳର ଏମ୍‌ପି ରାଜା ରିୟାଜ ଏକ ସାକ୍ଷାତକାରରେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କର ମତଭେଦ ରହିଛି। ରିୟାଜ ଦାବି କରିଛନ୍ତି ଯେ ୨୦ରୁ ଅଧିକ ଏମ୍‌ପି ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ଖୁସି ନାହାନ୍ତି। ଅବିଶ୍ୱାସ ପ୍ରସ୍ତାବ ସମୟରେ ସମସ୍ତ ଏମ୍‌ପି ନିଜ ବିବେକ ଅନୁଯାୟୀ ମତଦାନ କରିବେ।
ଅବିଶ୍ୱାସ ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ ରେ କ୍ରିକେଟର-ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri