Posted inଜାତୀୟ

ଜିହାଦରେ ସାମିଲ ଲାଗି ସିରିଆ ଯାଉଥିଲେ ପିଏଫ୍‌ଆଇ ସଦସ୍ୟ

ନୂଆଦିଲ୍ଲୀ,୧।୧୦: ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଂଗଠନ ଆଇଏସ୍‌ରେ ସାମିଲ ହୋଇଥିବା ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସଦସ୍ୟମାନେ ଜିହାଦରେ ସାମିଲ ହେବା ଲାଗି ସିରିଆ ଏବଂ ସେମାନଙ୍କ ଆଡ୍ଡାସ୍ଥଳ ଥିବା ଅନ୍ୟ ଦେଶକୁ ଯାଉଥିଲେ। ସୁରକ୍ଷା ବଳ ନଜରରୁ ବର୍ତ୍ତିବା ଲାଗି ସେମାନେ ବିଭିନ୍ନ ଦୀର୍ଘ ରୁଟ୍‌ ଦେଇ ସେଠାକୁ ଯାଉଥିଲେ ବୋଲି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଜଣେ ଅଧିକାରୀ କହିଛନ୍ତି। ଏନ୍‌ଆଇଏ ପ୍ରସ୍ତୁତ କରିଥିବା ଦସ୍ତାବିଜ ଅନୁଯାୟୀ ଭାରତରୁ ଯାଇଥିବା କେତେଜଣ ପିଏଫ୍‌ଆଇ ସଦସ୍ୟ ବିଦେଶ ମାଟିରେ ପ୍ରାଣ ହରାଇଛନ୍ତି କିମ୍ବା ଗିରଫ ହୋଇ ଭାରତ ପ୍ରତ୍ୟର୍ପଣ ହୋଇଛନ୍ତି। କେରଳର କେତେଜଣ ମୁସଲମାନ ଯୁବକ ସିରିଆ ପଳାଇଥିଲେ ଓ ସେମାନଙ୍କ ମଧ୍ୟରୁ କେତେକେ ଆଇଏସ୍‌ରେ ସାମିଲ ହେବାକୁ ଯୋଜନା କରିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ପିଏଫ୍‌ଆଇ ସଦସ୍ୟ ଥିବା ପୋଲିସ ଜାଣିବାକୁ ପାଇଥିଲା। ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଆଇଏସ୍‌ ସହ ସମ୍ପର୍କ ରଖି ଦେଶରେ ସାମ୍ପ୍ରଦାୟିକ ଘୃଣା ପ୍ରସାର କରିବାକୁ ଚାହୁଁଥିବା ପିଏଫ୍‌ଆଇକୁ ସରକାର ୫ ବର୍ଷ ପାଇଁ ବେଆଇନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri