ଆହୁରି ଦୁଇଦିନ ପ୍ରବଳ ଥଣ୍ଡା: ଥରିବ ଏସବୁ ଜିଲା

ଭୁବନେଶ୍ୱର,୧୬ା୧(ବନ୍ଦନା ସେଠୀ): ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ପ୍ରବଳ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ ଆହୁରି ୨ଦିନ ଏଭଳି ସ୍ଥିତି ଲାଗି ରହିବ। ଏହାପରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ଓ ଶନିବାର ଦୁଇଦିନ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡା ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୫ ଦିନ ୨୦ ତାରିଖ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ, ବାଲେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର ଓ କନ୍ଧମାଳ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ ବୋଲି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୯ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବା ବେଳେ ଜି. ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ରାଉରକେଲାରେ ୬.୬ ଡିଗ୍ରୀ, ଫୁଲବାଣୀ ୭.୩ ଡିଗ୍ରୀ, ସେମିଳିଗୁଡା ୭.୮ ଡିଗ୍ରୀ, ଅନୁଗୋଳ ୮.୬ ଡିଗ୍ରୀ, ଢେଙ୍କାନାଳ ୮.୬ ଡିଗ୍ରୀ, କିରେଇ ୯.୩ ଡିଗ୍ରୀ ଏବଂ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri