ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ ସହ କୋହଲା ପବନ ଶୀତକୁ ଦ୍ୱିଗୁଣିତ କରୁଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେଉଛି। ପ୍ରତିଦିନ ପାରଦ ତଳ ମୁହାଁ ହେଉଥିବା ବେଳେ କିଛିଦିନ ହେଲା ଜି.ଉଦୟଗିରି ସହରରେ ୫ ଡିଗ୍ରୀ ତଳେ ତାପମାତ୍ରା ରହୁଛି। ତାସହ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ ସହ ଅଧିକା ଥଣ୍ଡା ହେଉଥିବା ଦେଖିବାକୁ ମିଳିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ସମଗ୍ର ରାଜ୍ୟରେ ରବିବାର ସକାଳ ସୁଦ୍ଧା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୨ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ି ରେ ୬ ଡିଗ୍ରୀ ରେକର୍ଡ କରାଯାଇଛି। ଶନିବାର ଜି.ଉଦୟଗିରିରେ ୩.୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ସୂଚନା ମିଳିଛି। ଓଡ଼ିଶାର କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଥିବା ବେଳେ ପ୍ରବଳ ଥଣ୍ଡା ଯୋଗୁ ସମସ୍ତେ ପ୍ରଭାବିତ। ପ୍ରବଳ ଜାଡ଼ ଶୀତ, କୋହଲା ପବନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଜୀବନ ଜିବୀକା ପ୍ରଭାବିତ ହେଉଛି। ବିଶେଷ କରି ଯାନବାହାନ ଚଳାଚଳ ଅସୁବିଧା ହେଉଛି ଓ ଦୁର୍ଘଟଣା ମଧ୍ୟ ବଢୁଛି। ଏପଟେ ଶୀତୟର ମଜା ନେବା ପାଇଁ ଜିଲା ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ି ଚାଲିଛି। ଓଡ଼ିଶାର ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର ହୋଇଥିବା ଯୋଗୁ ଏହାକୁ ପର୍ଯ୍ୟଟନର ହବ୍‌ କରିବା ନେଇ ସାଧାରଣରେ ଦାବି ହେଉଛି । ଏହାର ୪୦ କିଲୋମିଟର ବଳୟ ଭିତରେ ଅନେକ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳୀ ରହିଛି । ଯେମିତିକି କଳିଙ୍ଗା ଘାଟି,କଳିଙ୍ଗା ବାଟନିକାଲ ଗାର୍ଡେନ, ଡୁଙ୍ଗି ଶିବ ମନ୍ଦିର, ରାଜାଗଡ଼ା ୱାଟର ଫଲ, ସିର୍କି ଇକୋ ପାର୍କ, କାଲିଗାଡୁ ହିଲ ଟପ, ମୁକଲିଙ୍ଗିଆ ଗୋଲ ଓ ମରିଚ କଫି ବଗିଚା, କଲିନାଯୁ ଡ୍ୟାମ, ଧାଙ୍ଗାଡ଼ାମାହା ମଧୁଝରି ଜଳାଶୟ, ମୁଣ୍ଡାକାଙ୍ଗାର ଗୁମ୍ଫା, ଡଡା ସରୁ ବାଘ ଗୁମ୍ଫା, ବଲାସରୁରେ ମେଘ ମାଳାର ଦୃଶ୍ୟ ଓ କତିଙ୍ଗିଆ ଗଡ଼ିଶିଲା ୱାଟର ଫଲ ସହ ଅଞ୍ଚଳରେ ଥିବା ପାହାଡ଼ ପାଦ ଦେଶରେ ସାହସୀକ ଜଙ୍ଗଲ ଟ୍ରାକିଙ୍ଗ ଇତ୍ୟାଦି ପର୍ଯ୍ୟଟକଙ୍କୁ ଭରପୂର ଆନନ୍ଦ ଦେବ। ଅଞ୍ଚଳର ସବୁଜିମା ସମସ୍ତଙ୍କୁ ଆକର୍ଷଣ କରୁଥିବାରୁ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ବିକାଶକୁ ଗୁରୁତ୍ୱ ଦେବାପାଇଁ ସରକାରଙ୍କ ନିକଟରେ ଅଞ୍ଚଳବାସୀ ଦାବି କରିଛନ୍ତ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri