Posted inଜାତୀୟ

ମୋନ୍ଥାର ଭୟଙ୍କର ରୂପ: ନାବାଳକକୁ ଭିଡିନେଲା ସମୁଦ୍ର! ଗର୍ଜନ କରି…

କାକିନାଡା,୨୮।୧୦: ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ ହେବାପୂର୍ବରୁ ସମୁଦ୍ର ଭୟଙ୍କର ରୂପ ଧାରଣ କରିଛି । ଆନ୍ଧ୍ରର କାକିନାଡା ସମୁଦ୍ରରେ ବୁଡି ଜଣେ ନାବାଳକ ନିଖୋଜ ହୋଇଛି । ୧୦ ବର୍ଷର ନାବାଳକ ନିଜ ମାମୁଙ୍କ ସହ ଏକ ବାଇକରେ ଯିବା ବେଳେ ଅଚାନକ ପାଣିକୁ ଖସି ପଡିଥିଲେ । ଏହାପରେ ତାଙ୍କୁ ଖୋଜାଖୋଜି ଜାରି ରହିଛି । ନାବାଳକ ଜଣକଙ୍କୁ ଖୋଜିବା ପହଞ୍ଚିଛି ଏନଡିଆର୍‌ଏଫ ଟିମ । ପ୍ରବଳ ପବନ ଭିତରେ ବି ତ୍ୱରିତ ଭାବରେ ସନ୍ଧାନ କାର୍ଯ୍ୟ ଚାଲିଛି ।

ସୂଚନାଥାଉ କି, ଜଣେ ବ୍ୟକ୍ତି ଏକ ବ୍ରିଜ ପାର୍‌ କରିବା ସମୟରେ ରାସ୍ତା ଉପରେ ପାଣି ଚାଲିଥିଲା । ତେବେ ପାଣି କେତେ ଗଭୀର ଥିଳା ସେ ଜାଣି ନ ଥିଲେ। ଅଚାନକ ବାଇକରୁ ତାଙ୍କ ଭଣଜା ଖସି ପଡିଥିଲା । ପାଣି ସିଧା ସଳଖ ସମୁଦ୍ରରେ ମିଶୁଛି ତେଣୁ ପିଲାଟି ସମୁଦ୍ର ଭିତରକୁ ଭାସି ଯାଇଥିବା ଆଶଙ୍କା କରାଯାଉଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଏହାକୁ ନେଇ ଏନଡିଆର୍‌ଏଫ ଟିମ ପକ୍ଷରୁ ଏହି ଉଦ୍ଧାର କାର୍ଯ୍ୟକୁ ନେଇ କୌଣସି ପ୍ରତିକ୍ରିୟା ମିଳିପାରିନି । ସେପଟେ ପିଲାଟିକୁ ଅପେକ୍ଷା କରି ବସିଛନ୍ତି ପରିବାର ଲୋକେ ।

ଆଉ କିଛି ଘଣ୍ଟା ପରେ ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ଘଣ୍ଟାପ୍ରତି ୧୫ କିମି ବେଗରେ ଆସୁଛି । ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ସ୍ଥଳଭାଗ ଅତିକ୍ରମ କରିବ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ରହିପାରେ । ବର୍ତ୍ତମାନ ମଚ୍ଛଲିପଟ୍ଟନମ ଠାରୁ ୧୦୦କିଲୋମିଟର, କାକିନାଡାଠୁ ୧୮୦କିମି, ଗୋପାଳପୁରଠୁ ୫୦୦ କିମି ଦୂରରେ ଘନୀଭୂତ ରହିଛି ମୋନ୍ଥା । ମୋନ୍ଥା ପ୍ରଭାବରେ ବର୍ଷାର ପରିମାଣ ମଧ୍ୟ ବଢ଼ିବାରେ ଲାଗିଛି । ଆନ୍ଧ୍ରର ୩୦ଟି ବିଧାନସଭା କ୍ଷେତ୍ରରେ ବର୍ଷା ହୋଇଛି ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri