ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, କାଲି ଓଡ଼ିଶାରେ…

ଭୁବନେଶ୍ୱର,୨୭।୧୧: ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ପେଙ୍ଗାଲ । ଆଜି ସାମୁଦ୍ରିକ ଝଡ଼ର ରୂପ ନେବ ଗଭୀର ଅବପାତ । କ୍ରମେ ଏହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ମୁହାଁ ହେବ । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ଉପକୂଳ ନିକଟବର୍ତ୍ତୀ ହେବ । ଗଭୀର ଅବପାତର ରୂପରେ ୬ ଘଣ୍ଟା ହେଲା ୮ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ଭିତରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ କରିପାରେ । ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୨୦ କିଲୋମିଟର ଦୂରରେ ରହିଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ତେବେ ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡିବ। ଗୁରୁବାର ଠାରୁ ରାଜ୍ୟରେ କୋହଲା ପାଗ ରହିବ । ୨୮ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ । ସେହିପରି ନଭେମ୍ବର ୨୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ହାଲୁକା ବର୍ଷା ହେବ। ଉପକୂଳ ସଂଲଗ୍ନ ଜିଲାରେ କୋହଲା ପାଗ ଦେଖିବାକୁ ମିଳିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦିନର ତାପମାତ୍ରାରେ ହ୍ରାସ ଘଟିବ। ୩୦ ଓ ୩୧ ରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?