ଭୟଙ୍କର ବନ୍ୟା ପରିସ୍ଥିତି, ଭାଙ୍ଗିଲା ବନ୍ଧ : ୨୦୦୦ ଏକର ଚାଷଜମି ଜଳମଗ୍ନ

ମୋରଡା,୨୬।୭(ସ୍ମାରକ ମାଜୀ): ଶୁକ୍ରବାର ହୋଇଥିବା ପ୍ରବଳ ବର୍ଷାର ପରିଣାମର କରୁଣ ପରିସ୍ଥିତି ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ । ଉକ୍ତ ବ୍ଲକ ଅଧୀନ ଜମ୍ଭୀରା ନଦୀର ବଡାମପୁର ନଦୀ ବନ୍ଧ ଭାଙ୍ଗି ଯିବାରୁ ଦୁଇ ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଛି । ଫଳରେ ଚାଷ ପାଇଁ ତଳି ଲଗାଇଥିବା ଚାଷୀ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଦେଖା ଦେଇଛି । ଗତ କିଛି ଦିନ ତଳେ ହୋଇଥିବା ବନ୍ୟାରେ ଶତାଧିକ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁଣି ଧାନ ବୁଣି ତଳି କରିଥିଲେ କିନ୍ତୁ ଉକ୍ତ ବନ୍ୟାରେ ଏହା ମଧ୍ୟ ନଷ୍ଟ ହୋଇଯାଇଥିବାରୁ ଚାଷୀ ହତାଶ ହୋଇ ପଡିଛନ୍ତି । ସରକାର ଏମାନଙ୍କୁ ଯଥାଶୀଘ୍ର ସହାୟତା ଯୋଗାଇ ଦେବାକୁ ନିବେଦନ କରିଛନ୍ତି ଚାଷୀ ଜନ୍ମେଞ୍ଜୟ ଗିରି, ମାନସ କୁମାର ନାୟକ, ମୁରଲୀଧର ଦେ ଏବଂ ଅନ୍ୟମାନେ । ସେହିପରି ଉକ୍ତ ବ୍ଲକ ଅଧୀନ ସାନମାଣିଦା ପଞ୍ଚାୟତର ଦହଲିପୁରା ପିଙ୍ଗୁଳି,ପଦ୍ମତୋଳିଆ, ହାଣ୍ଡିଧୁଆ ଗ୍ରାମ ପାଣି ଘେରରେ ଥିବାରୁ ପାଞ୍ଚ ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ତେବେ ଶନିବାର ସକାଳୁ ଜିଲାପାଳ ହେମକାନ୍ତ ସାଏ ଉପଜିଲାପାଳ ଦୟାସିନ୍ଧୁ ପରିଡା,, ରାସଗୋବିନ୍ଦପୁର ବିଡ଼ିଓ ଅନନ୍ତ ହାଁସଦା, ଓଡ୍ରାଫ ଟିମ ବୋଟ ଯୋଗେ ପାଣି ଘେରରେ ଥିବା ଗ୍ରାମବାସୀଙ୍କ ନିକଟକୁ ଯାଇ ପରିସ୍ଥିତି ପରଖିଛନ୍ତି । ସେହିପରି କେତେକ ଲୋକଙ୍କୁ ଉପର ଅଞ୍ଚଳକୁ ସ୍ଥାନାନ୍ତର କରାଯାଇ ଖାଦ୍ୟ,ପାନୀୟର ବ୍ୟବସ୍ଥା କରାଯାଇଥିବା ବେଳେ ପାଣି ଘେରରେ ଥିବା ଲୋକଙ୍କୁ ମଧ୍ୟ ଓଡ୍ରାଫ ଟିମ ଦ୍ୱାରା ଖାଦ୍ୟ,ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଉଛି । ବନ୍ୟାରେ ପ୍ରଭାବିତ ହୋଇଥିବା ଗାଁ ଗୁଡିକରେ ଏବେ ସ୍ବାସ୍ଥ୍ୟବ୍ୟସ୍ଥା ବିଗିଡି ଯିବାର ସମ୍ଭାବନା ଦେଖା ଦେଇଥିବା ବେଳେ ଏଥିପ୍ରତି ସ୍ବାସ୍ଥ୍ୟ ବିଭାଗ ଅଧିକ ଯତ୍ନବାନ ହେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri