୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ଖରା ସହିତ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ବର୍ତ୍ତମାନ କାଳବୈଶାଖୀ ପ୍ରଭାବ ରହିଥିବାରୁ ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତ୍‌ସିଂହପୁର ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ୩୦ରୁ ୪୦ କି.ମି. ରହିବା ନେଇ ମଧ୍ୟ ସୂଚନା ଦିଆଯାଇଛି।

ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିଲା। ଝାରସୁଗୁଡ଼ାରେ ସର୍ବାଧିକ ୪୩.୫ ଡିଗ୍ରୀ ତାପମାତ୍ରା ରହିବା ସହ ଏହା ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା।

ସେହିପରି ଟିଟିଲାଗଡ଼ ଓ ସମ୍ବଲପୁରରେ ୪୨.୫, ହୀରାକୁଦରେ ୪୨.୪, ବଲାଙ୍ଗୀରରେ ୪୨.୨, ଅନୁଗୋଳରେ ୪୨.୧, ସୋନପୁରରେ ୪୧.୭, ସୁନ୍ଦରଗଡ଼ ଏବଂ ତାଳଚେରରେ ୪୧.୫, ଢେଙ୍କାନାଳ, ବରଗଡ଼, ନୂଆପଡ଼ା ଏବଂ ରାଉରକେଲାରେ ୪୧, ବୌଦ୍ଧରେ ୪୦.୭, ଭବାନୀପାଟଣାରେ ୪୦.୫, ନୟାଗଡ଼, ଭଦ୍ରକ ଏବଂ ଖୋର୍ଦ୍ଧାରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri