ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ତେବେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରଭାବ ଏବଂ ୧୫ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାରେ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Dharitri – Odisha’s No.1 Odia Daily

Share