ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ ହୋଇ ସାଧାରଣ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟା ଆସିଛି। ଅଗଷ୍ଟ ୫ ପର୍ଯ୍ୟନ୍ତ ଓଡ଼ିଶା ସମେତ ଉପରମୁଣ୍ଡରେ ଥିବା ଏସବୁ ରାଜ୍ୟରେ ବର୍ଷା ଲାଗି ରହିବାର ସମ୍ଭାବନା ଥିବାରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ମଧ୍ୟ ଆହୁରି ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ରାଜ୍ୟର କେତେକ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ଗତ ୨୪ ଘଣ୍ଟା ଅର୍ଥାତ୍‌ ଗୁରୁବାର ସକାଳ ୮.୩୦ ସୁଦ୍ଧା ରାଜ୍ୟର ୮ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଥିବାବେଳେ ୧୯ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ନୂଆପଡ଼ା ଜିଲା ସିନାପଲ୍ଲୀରେ ସର୍ବାଧିକ ୧୬୪ ମି.ମି., ବରଗଡ଼ ଜିଲା ପାଇକମାଳରେ ୧୫୭.୫ ମି.ମି., ନୂଆପଡ଼ା ଜିଲା ଖରିଆରରେ ୧୫୫ ମି.ମି., ବୋଡେନ୍‌ରେ ୧୫୨ ମି.ମି., ନବରଙ୍ଗପୁର ଜିଲା ଝରିଗାଁରେ ୧୩୫ ମି.ମି., କଳାହାଣ୍ଡି ଜିଲା ଗୋଲାମୁଣ୍ଡାରେ ୧୩୪ ମି.ମି., ନବରଙ୍ଗପୁର ଜିଲା ଉମରକୋଟରେ ୧୨୫ ମି.ମି., ନୂଆପଡ଼ା ଜିଲା କୋମଣାରେ ୧୧୯.୩ ମି.ମି., ନବରଙ୍ଗପୁର ଜିଲା ଡାବୁଗଁାରେ ୧୧୫.୨ ମି.ମି. ବର୍ଷା ରେକର୍ଡ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?