ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ୧୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୬ା୫: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବଜ୍ରପାତ ନେଇ ୧୫ଜିଲା କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। ଏହା ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଜାରି ରହିବ। ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ରବିବାର ସୂଚନା ଦେଇଥିଲେ। ଓଡ଼ିଶାକୁ ମୌସୁମୀ ଆସିବାକୁ କିଛିଦିନ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ। ଅନ୍ୟପଟେ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ। ବାତ୍ୟା ନେଇ ଅପପ୍ରଚାର କରାଯାଉଥିବାରୁ ଏପରି ଗୁଜବଠାରୁ ସତର୍କ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri