ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ: ଅସହାୟଙ୍କ ମୁହଁରେ ହସ ଫୁଟାଇବାକୁ ଲାୟନ୍ସ କ୍ଲବର ପ୍ରୟାସ 

ଦାରିଙ୍ଗବାଡି,୧୪।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତି ହେଉଛି। ଅସହ୍ୟ ଶୀତ ଯୋଗୁ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ନିଆଁ ଭରସା ତେବେ ଲୋକଙ୍କୁ ଶୀତ ଦାଉରୁ ରକ୍ଷା ପାଇଁ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଲାୟନ୍ସ କ୍ଲବ ପକ୍ଷରୁ ଶନିବାର ଗରିବ ଶ୍ରେଣୀ ରେଖା ତଳେ ରହିଥିବା ଲୋକଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯିବା ସହ ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ଏହି ଅବସରରେ କ୍ଲବର  କ୍ୟାବିନେଟ ସଦସ୍ୟ ସୌମିକ ସାହୁଙ୍କ ଅଧ୍ୟକ୍ଷତାରେ ଜିଲା ଗଭର୍ଣ୍ଣର ସରସ୍ବତୀ ପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିବା ବେଳେ କ୍ଲବର କର୍ମକର୍ତ୍ତା ତଥା କ୍ଲବର ସଭାପତି ଶିବ ଶଙ୍କର ପଣ୍ଡା, ସମ୍ପାଦକ ମହେଶ୍ୱର ସାହୁ, କୋଷଧ୍ୟକ୍ଷ ସୀତାରାମ ପଣ୍ଡା, ସିଏଚ ସରୋଜ ପାତ୍ର, ଏନ.ସନ୍ତୋଷ ଚୌଧରୀ, ପୂର୍ବତନ କୁଳପତି ତଥା କ୍ଲବ ସଦସ୍ୟ ଶିବ ପ୍ରସାଦ ଅଧିକାରୀ, ବିଜୟ କୁମାର ସାହୁ, ରାଜେଶ କୁମାର ପାତ୍ର, ଗିରିଶ ଚନ୍ଦ୍ର ସାହୁ, ସନ୍ତୋଷ ବିଶୋଇ ପ୍ରମୁଖ ଉପସ୍ଥିତି ରହି କମ୍ବଳ, ଟୋପି ଆଦି ଶୀତ ବସ୍ତ୍ର ପ୍ରଦାନ କରିଥିଲେ । ଏଥି ସହ ସେମାନଙ୍କ ପାଇଁ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ଖାଇବାକୁ ଦିଆଯାଇଥିଲା। ଶୀତ ବୃଦ୍ଧା ବୃଦ୍ଧଙ୍କ ସମେତ ଅସହାୟ ଲୋକଙ୍କ ପାଇଁ ବହୁତ କଷ୍ଟଦାୟକ ହୋଇଥିବା ବେଳେ ସେମାନଙ୍କୁ କ୍ଲବ ପକ୍ଷରୁ ଶୀତ ବସ୍ତ୍ର ପ୍ରଦାନ କରାଯିବା ପରେ ଲୋକଙ୍କ ମୁହଁରେ ହସ ଫୁଟିଛି।
ସୂଚନାଯୋଗ୍ୟ, ପ୍ରତିବର୍ଷ କ୍ଲବ ପକ୍ଷରୁ ଗୋଟିଏରୁ ଦୁଇଟି ପଞ୍ଚାୟତ ଅଞ୍ଚଳରେ ଏହି ଶୀତବସ୍ତ୍ର ପ୍ରଦାନ କରାଯାଉଥିବା ବେଳେ ଉକ୍ତ ବ୍ଲକ ଅଞ୍ଚଳରେ ଚଳିତ ବର୍ଷକୁ ମିଶାଇ ଦୀର୍ଘ ୧୦ ବର୍ଷ ହେଲା ଲୋକଙ୍କୁ କ୍ଲବ ଶୀତବସ୍ତ୍ର ଯୋଗାଇ ଆସୁଛି ଆଗାମୀ ଦିନରେ ବ୍ଲକ ଅଞ୍ଚଳର ୨୫ ପଞ୍ଚାୟତ ଅଞ୍ଚଳରେ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ବ୍ଲକର ସଦସ୍ୟମାନେ ଲକ୍ଷ ରଖିଥିବା କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri