ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟ ଉପରେ କୌଣସି ସକ୍ରିୟ ଜଳବାୟୁ ପ୍ରକ୍ରିୟା ନ ଥିବାରୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ଆସନ୍ତା ୫ଦିନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟର ୧୨ଟି ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଥିଲା। ଫୁଲବାଣୀରେ ୬ ଡିଗ୍ରୀ, ଝାରସୁଗୁଡା ୬.୨, ସେମିଳିଗୁଡା ଓ ଦାରିଙ୍ଗବାଡ଼ ୭, କୋରାପୁଟ ୭.୧, ରାଉରକେଲା ୮.୫, ନବରଙ୍ଗପୁର ଓ ସୁନ୍ଦରଗଡ଼ ୮.୮ ଏବଂ ଭବାନୀପାଟଣା ଓ ଅନୁଗୋଳରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଆସନ୍ତା ୫ଦିନ ଅର୍ଥାତ୍‌ ଜାନୁଆରୀ ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡ଼ି ଦେଖାଦେବ। ବୁଧବାର ଓ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରେ ଅତ୍ୟଧିକ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ଓ ଶନିବାର ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାକୁ ଘନ କୁହୁଡ଼ି ପାଇଁ ଓ୍ବାର୍ନିଂ ଜାରି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri