ଜି. ଉଦୟଗିରିରେ ପ୍ରବଳ ଶୀତ: ଲାଗୁଛି ପର୍ଯ୍ୟଟକଙ୍କ ଭିଡ

ଜି. ଉଦୟଗିରି ୧୯।୧୨(ଶିଶିର ପଟ୍ଟନାୟକ ): ଜି ଉଦୟଗିରି ସହରେ ମଙ୍ଗଳବାର ପ୍ରବଳ ଶୀତ ଅନୂଭୂତ ହୋଇଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ସେଲସିୟସ ରହିଛି ବୋଲି ଜି ଉଦୟଗିରି କୃଷି ଗବେଷଣା କେନ୍ଦ୍ରରେ ଥିବା ତାପ ମାପକ କେନ୍ଦ୍ର ଅଧିକାରୀ କହିଛନ୍ତି॥ କୁହୁଡ଼ି ଓ କୋହଲା ପବନ ଯୋଗୁ ଦିନବେଳା ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେଉଛି । ଦିନ ୧୦ଟାରେ ମଧ୍ୟ ଘରୁ ବାହାରିବା କଷ୍ଟ ହେଉଛି । ଅନ୍ୟପଟେ ଶୀତର ମଜା ନେବା ପାଇଁ ପର୍ଯ୍ୟଟକ ମାନଙ୍କ ଭିଡ଼ ଲାଗି ରହୁଛି । କଳିଙ୍ଗା ବନ ଉଦ୍ୟାନ , ସିରିକି ଡେମ, କଫି ବଗିଚା , ହିଲଟପ ଦେଖିବାକୁ ଅଧିକ ସଂଖ୍ୟକ ପର୍ଯ୍ୟଟକମାନେ ଆସୁଛନ୍ତି । ଘନ କୁହୁଡି ଯୋଗୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେଉଛି । ସକାଳୁ ଚା ଦୋକାନ ଗୁଡିକରେ ଅଧିକ ଗହଳି ଲାଗିରହୁଛି । ହୋଟେଲ ଗୁଡିକ ଫେବୃୟାଆରୀ ମାସ ପର୍ଯ୍ୟନ୍ତ ବୁକ୍‌ ହୋଇଯାଇଛି ବୋଲ ସହରରେ ଥିବା ଏକ ବଡ଼ ହୋଟେଲର ମାଲିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?