Posted inଜାତୀୟ

ଶାରିରୀକ ସମ୍ପର୍କ ନ ରଖିବାକୁ ସ୍ତ୍ରୀ ରାଣ ପକାଇବାରୁ ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ଅହମଦାବାଦ୍‌,୧୧।୮: ଗୁଜରାଟର ଅହମଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କୁ ଆତ୍ମହତ୍ୟା ପାଇଁ ଉସ୍‌କାଇଥିବା ଅଭିଯୋଗରେ ଜଣେ ମହିଳାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ମୃତ ସୁରେନ୍ଦ୍ର ସିଂଙ୍କ ମା ମୁଲି ପରମାରଙ୍କ ଅଭିଯୋଗ ମୁତାବକ ପୁଅର ବିବାହ ୨୦୧୮ରେ ଗୀତା ନାମକ ଜଣେ ମହିଳାଙ୍କ ସହ ହୋଇଥିଲା। ଗୀତା ପୂର୍ବରୁ ଦୁଇଟି ସ୍ବାମୀଙ୍କୁ ଛାଡପତ୍ର ଦେଇଥିବାବେଳେ ସୁରେନ୍ଦ୍ର ମଧ୍ୟ ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଥିଲେ। ମୁଲି କହିଛନ୍ତି, ଥରେ ମୁଁ ପୁଅ-ବୋହୁଙ୍କ ଘର ଭିତରେ ହଠାତ୍‌ ପଶିଯିବାରୁ ଉଭୟ ଅଲଗା ଶୋଇଥିବାର ଦେଖିଥିଲା। ଏନେଇ ପୁଅକୁ ପଚାରିବାରୁ ସେ କହିଥିଲେ ଗୀତା ତାଙ୍କ ସହ କେବେ ଶାରିରୀକ ସମ୍ପର୍କ ନ ରଖିବାକୁ ମୋତେ ରାଣ ପକାଇ କହିଛନ୍ତି। ଏହି କଥାକୁ ନେଇ ଅନେକ ଦିନ ହେବ ସୁରେନ୍ଦ୍ର ଡିପ୍ରେସନରେ ରହୁଥିଲେ। ପୁଅ-ବୋହୁଙ୍କ ମଧ୍ୟରେ ସାମାନ୍ୟ କଥାକୁ ନେଇ ଝଗଡା ମଧ୍ୟ ଲାଗୁଥିଲା। ଗତ ୨୭ ତାରିଖରେ ଘରେ କେହି ନ ଥିବାର ସୁଯୋଗ ପାଇ ପୁଅ ଆତ୍ମହତ୍ୟା କରିଛି ବୋଲି ମୁଲି ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଗୀତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଆଶ୍ୱାସନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri