ଯୌନ ଶିକ୍ଷା,ବଳାତ୍କାର ପରେ ଗର୍ଭପାତ ପାପ: ଆର୍ଜେଣ୍ଟିନାର ନୂଆ ରାଷ୍ଟ୍ରପତିଙ୍କ ଚିନ୍ତାଧାରା…

ବ୍ୟୁନସ ଆରିସ୍‌,୨୦।୧୧ : ଆର୍ଜେଣ୍ଟିନାର ରବିବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଦକ୍ଷିଣପନ୍ଥୀ ନେତା ଜାଭିୟର ମିଲଇ ୫୫.୮ ପ୍ରତିଶତ ଭୋଟ ପାଇଛନ୍ତି। ଏହା ସହ ସେ ଆର୍ଜେଣ୍ଟିନାର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ସର୍ଜିଓ ମାସା ୪୪.୨ ଭୋଟ ପାଇଛନ୍ତି। ଜାଭିୟର୍‌ ଆର୍ଜେଣ୍ଟିନା ପାର୍ଟି ଲା ଲିବର୍ଟାଡ ଆଭାନଜାର ନେତା ଅଟନ୍ତି। ନିର୍ବାଚନ ସମୟରେ ସେ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ ଆର୍ଥିକ ସଙ୍କଟରେ ପୀଡିତ ଆର୍ଜେଣ୍ଟିନାରେ ସେ ବ୍ୟାପକ ପରିବର୍ତ୍ତନ ଆଣିବେ। ଏହା ସହିତ ମିଲଇ ରାଜନୈତିକ ସଂସ୍କାର ଆଣିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ।

ପେରୋନିଷ୍ଟ ଆନ୍ଦୋଳନ ପକ୍ଷରୁ ସର୍ଜିଓ ମାସା ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ତାଙ୍କ ଦଳ ଗତ ୧୬ ବର୍ଷ ଧରି ଦେଶ ଶାସନ କରୁଥିଲା। ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ମାସା ତାଙ୍କ ବିବୃତ୍ତିରେ କହିଛନ୍ତି ଆର୍ଜେଣ୍ଟିନାବାସୀ ଆଉ ଏକ ରାସ୍ତା ବାଛିଛନ୍ତି। ମାସା କହିଛନ୍ତି ସେ ଶୀଘ୍ର ସକ୍ରିୟ ରାଜନୀତିରୁ ଅବସର ନେବେ। ଜାଭିୟର୍‌ ଜଣେ ଦକ୍ଷିଣପନ୍ଥୀ ନେତା ଏବଂ ସେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଦୃଢ଼ ସମର୍ଥକ ଭାବରେ ବିବେଚିତ ହୋଇଥାନ୍ତି।

ମିଲଇ ଗର୍ଭପାତର ଏକ ଦୃଢ଼ ବିରୋଧୀ ଅଟନ୍ତି। ବଳାତ୍କାର ମାମଲାରେ ମଧ୍ୟ ସେ ଗର୍ଭପାତକୁ ଭୁଲ ବୋଲି ଭାବନ୍ତି। ତାଙ୍କ ନିର୍ବାଚନ ପ୍ରଚାରରେ ସେ ଗର୍ଭପାତକୁ ଆଇନଗତ କରୁଥିବା ୨୦୨୦ ଆଇନ ଉପରେ ମତ ସଂଗ୍ରହ କରିବା ବିଷୟରେ କହିଥିଲେ। ଏହା ବ୍ୟତୀତ ମିଲଇ ଯୌନ ଶିକ୍ଷାକୁ କଠୋର ସମାଲୋଚନା କରିଥିଲେ। ସେ ଏହାକୁ ବ୍ରେନ ଓ୍ବାଶ୍‌ର ଏକ ମାଧ୍ୟମ ବୋଲି ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି ଯୌନ ଶିକ୍ଷା ମାନବ ଅଙ୍ଗ ଚୋରା କାରବାରକୁ ପ୍ରୋତ୍ସାହିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?