ସେକ୍ସ ରାକେଟର ପର୍ଦ୍ଦାଫାସ: ରାଣୀ ମହୁମାଛି ସମେତ ପାଞ୍ଚ ଜଣଙ୍କୁ ମାଡ଼ିବସିଲା ପୋଲିସ

କେନ୍ଦୁଝର,୨୧।୧୦: (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଚଢ଼ାଉ କରି ଏକ ତିନି ମହଲା ଘରୁ ଦେହ ବ୍ୟବସାୟ ରେ ଲିପ୍ତ ଅଭିଯୋଗ ରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ରାଣୀ ମହୁମାଛି ସମେତ ଦୁଇ ଜଣ ଗ୍ରାହକ ଥିବାବେଳେ ଦୁଇ ଜଣ ଦଲାଲ ଥିବା ଜଣାପଡିଛି।

ଗିରଫମାନେ ହେଲେ ଘର ମାଲିକ ତଥା ମୁଖ୍ୟ ରାଣୀ ମହୁମାଛି କୁହାଯାଉଥିବା ବନରାଣୀ ବାରିକ, ଯୋଡ଼ାର ଫିରୋଜ ଅହମଦ ଓ ମନୋଜ ବେହେରା, ସ୍ଥାନୀୟ ନରଣ ପୁର ଗ୍ରାମର ଅଭିଷେକ ବେହେରା, ତୁରୁମୁଙ୍ଗାର ପଙ୍କଜ ନାୟକ ଓ ନାରାୟଣ ମହାନ୍ତ ବୋଲି ଜଣା ପଡ଼ିଛି।

ଉକ୍ତ ଘରୁ ପୋଲିସ ଚଢ଼ାଉବେଳେ ଝାରଖଣ୍ଡର ଜଣେ ଯୁବତୀ, ବାରିପଦାର ଦୁଇ ଜଣ, ବାଲେଶ୍ୱରର ଜଣେ ଓ ଜଗତସିଂହପୁରର ଜଣେ ଯୁବତୀଙ୍କୁ ଉଦ୍ଧାର କରିଛି। ସେଠାରୁ ଦୁଇଟି ବାଇକ, ବ୍ୟବହୃତ ଓ ଅବ୍ୟବହୃତ କଣ୍ଡମ ଓ ମ୍ୟାନ ଫୋର୍ସ ଟାବଲେଟ ଆଦି ପୋଲିସ ଜବତ କରିଛି। ଉଦ୍ଧାର ଯୁବତୀଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀ ପରୀକ୍ଷା କରାଯାଇଥିବା ପୋଲିସ ସୂଚନା ଦେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri