ପୋଲିସ ମୁଖ୍ୟାଳୟର ଅନତି ଦୂରରେ ଚାଲିଥିଲା ଦେହବେପାର : ଆପତ୍ତିଜନକ ଅବସ୍ଥାରେ ଗଲେ ଥାନାକୁ

ଭଦ୍ରକ ଅଫିସ,୨୧।୨: ଭଦ୍ରକ ସହରରେ ଖୋଲାଖୋଲି ଚାଲିଥିଲା ଦେହବେପାର। ପୋଲିସ ମୁଖ୍ୟାଳୟର ଅନତି ଦୂର ସହରାଞ୍ଚଳ ଥାନା ଡଗମୁଣ୍ଡସ୍ଥିତ ଏକ ଭଡାଘରେ ଚାଲୁଥିବା ସେକ୍ସ ରାକେଟ ଠାବ ହୋଇଛି। ଘଟଣାରେ ସମ୍ପୃକ୍ତ ୪ ମହିଳାଙ୍କୁ ପୋଲିସ ଅଟକ ରଖିଥିବା ବେଳେଥ ଦୁଇ ପୁରୁଷଙ୍କୁ ଗିରଫ କରିଛି। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଶନିବାର ରାତିରେ ଡଗମୁଣ୍ଡସ୍ଥିତ ଏକ ଭଡ଼ାଘରେ ଅନୈତିକ କାର୍ଯ୍ୟକଳାପ ଚାଲିଥିବା ପୋଲିସକୁ ସୂଚନା ମିଳିଥିଲା। ଖବରପାଇ ଅଚାନକ ପୋଲିସ ଚଢ଼ାଉ କରିବା ବେଳେ ଆପତ୍ତିଜନକ ଅବସ୍ଥାରେ ୪ ମହିଳାଙ୍କ ସମେତ ଦୁଇ ପୁରୁଷଙ୍କୁ ଧରି ଥାନାକୁ ଆଣିଥିଲା। ଚଢ଼ାଉ ବେଳେ ଉକ୍ତ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗରେ ଭଦ୍ରକ ଟାଉନ ପୋଲିସର ଜଣେ ପୂର୍ବତନ ହୋମଗାର୍ଡଙ୍କୁ ମଧ୍ୟ ନେଇ ଆସିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ୧୫ ଦିନ ହେବ ଏହି ଭଡାଘରେ କିଛି ମହିଳା ରହୁଥିଲେ । ମାତ୍ର ଏହି ଘରକୁ ବହୁ ମହିଳା ଓ ପୁରୁଷ ଯା’ଆସ କରୁଥିଲେ। ସ୍ଥାନୀୟ ଲୋକେ ଉକ୍ତ ଘଟଣାକୁ ସନ୍ଦେହ କରି ଟାଉନ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri