ଗାଁରେ ଚାଲିଥିଲା ଦେହ ବ୍ୟବସାୟ: ଧରାପଡ଼ିଲେ ମହିଳାଙ୍କ ସହ ୪ ଯୁବତୀଯୁବକ

ନୀଳଗିରି,୧୮ା୩(ପ୍ରଶାନ୍ତ କୁମାର ବିଶ୍ବାଳ): ଗାଁ ମଝିରେ ସମସ୍ତଙ୍କ ଅଗୋଚରରେ ଚାଲିଥିଲା ଦେହବ୍ୟବସାୟ। ଗ୍ରାମବାସୀ ଏହା ଜାଣିପାରି ଜଣେ ମହିଳାଙ୍କ ସହ ୪ଜଣ ଯୁବତୀଯୁବକଙ୍କୁ କାବୁ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା କେପିଲାଖରାଜ ପଞ୍ଚାୟତ ମଖାପଦା ଗ୍ରାମ ବାଦାମବାଡି ଅଞ୍ଚଳରେ
ଦୀର୍ଘଦିନ ହେବ ଉକ୍ତ ଘରକୁ ବାହାର ଲୋକଙ୍କ ଭିଡ ଜମୁଥିବା ବେଳେ ବଡ ବଡ ଗାଡି ଘର ସାମ୍ନାରେ ଲାଗୁଥିଲା। ଫଳରେ ଗ୍ରାମବାସୀଙ୍କ ଦ୍ୱାରା ଅନେକ ସମୟରେ ଦେହ ବ୍ୟବସାୟ ହେଉଥିବା ଅଭିଯୋଗ ହୋଇଆସୁଥିଲା। ଗ୍ରାମବାସୀ ସନ୍ଦେହରେ ଉକ୍ତ ଘର ଉପରେ ଅତର୍କିତ ଚଢାଉ କରିଥିଲେ। ଅସଂଜତ ଅବସ୍ଥାରେ ଥିବା ୨ ଯୁବକଙ୍କୁ ଧରିବା ସହିତ ଉଭୟଙ୍କୁ ଗୋଟିଏ ଗଛରେ ବାନ୍ଧିବା ପକାଇଥିଲେ।
୨ ଯୁବତୀ ଓ ଜଣେ ମହିଳାଙ୍କୁ ଅଟକ ରଖି ନୀଳଗିରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ୨ ଯୁବତୀ, ମହିଳା ଓ ୨ ଯୁବକଙ୍କୁ ଅଟକ ରଖିବା ସହ ପଚରାଉଚୁରା ଜାରିରଖିଛି। ଦୁଇ ଝିଅ ଭୁବନେଶ୍ବର ଓ ଉଦଳା ଅଞ୍ଚଳର ହୋଇଥିବା ବେଳେ ପୁଅ ଦୁଇଜଣଙ୍କ ମଧ୍ୟରୁ ଜଣେ ବାଲେଶ୍ବର ଓ ଅନ୍ୟ ଜଣେ ଉଦଳାର ବୋଲି ଜଣାପଡିଛି । ନୀଳଗିରି ପୋଲିସ ତିନୋଟି ବାଇକ ଓ ଗୋଟିଏ କାର୍‌ ଜବତ କରିଛି। ଏନେଇ ନୀଳଗିରି ଥାନାରେ ଏକ ମାମଲା(ନଂ.୮୨/୨୪) ରୁଜୁ କରିଛି। ଯୁବତୀ ଦୁଇ ଜଣଙ୍କୁ ସୁଧାର ଗୃହକୁ ପଠାଇ ଦିଆଯାଇଛି। କିଙ୍ଗପିନ କୁହାଯାଉଥିବା ମହିଳା ଓ ଦୁଇ ଗ୍ରାହକ ଯୁବକଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri