ଗାଁରେ ଚାଲିଥିଲା ଦେହ ବ୍ୟବସାୟ: ଧରାପଡ଼ିଲେ ମହିଳାଙ୍କ ସହ ୪ ଯୁବତୀଯୁବକ

ନୀଳଗିରି,୧୮ା୩(ପ୍ରଶାନ୍ତ କୁମାର ବିଶ୍ବାଳ): ଗାଁ ମଝିରେ ସମସ୍ତଙ୍କ ଅଗୋଚରରେ ଚାଲିଥିଲା ଦେହବ୍ୟବସାୟ। ଗ୍ରାମବାସୀ ଏହା ଜାଣିପାରି ଜଣେ ମହିଳାଙ୍କ ସହ ୪ଜଣ ଯୁବତୀଯୁବକଙ୍କୁ କାବୁ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା କେପିଲାଖରାଜ ପଞ୍ଚାୟତ ମଖାପଦା ଗ୍ରାମ ବାଦାମବାଡି ଅଞ୍ଚଳରେ
ଦୀର୍ଘଦିନ ହେବ ଉକ୍ତ ଘରକୁ ବାହାର ଲୋକଙ୍କ ଭିଡ ଜମୁଥିବା ବେଳେ ବଡ ବଡ ଗାଡି ଘର ସାମ୍ନାରେ ଲାଗୁଥିଲା। ଫଳରେ ଗ୍ରାମବାସୀଙ୍କ ଦ୍ୱାରା ଅନେକ ସମୟରେ ଦେହ ବ୍ୟବସାୟ ହେଉଥିବା ଅଭିଯୋଗ ହୋଇଆସୁଥିଲା। ଗ୍ରାମବାସୀ ସନ୍ଦେହରେ ଉକ୍ତ ଘର ଉପରେ ଅତର୍କିତ ଚଢାଉ କରିଥିଲେ। ଅସଂଜତ ଅବସ୍ଥାରେ ଥିବା ୨ ଯୁବକଙ୍କୁ ଧରିବା ସହିତ ଉଭୟଙ୍କୁ ଗୋଟିଏ ଗଛରେ ବାନ୍ଧିବା ପକାଇଥିଲେ।
୨ ଯୁବତୀ ଓ ଜଣେ ମହିଳାଙ୍କୁ ଅଟକ ରଖି ନୀଳଗିରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ୨ ଯୁବତୀ, ମହିଳା ଓ ୨ ଯୁବକଙ୍କୁ ଅଟକ ରଖିବା ସହ ପଚରାଉଚୁରା ଜାରିରଖିଛି। ଦୁଇ ଝିଅ ଭୁବନେଶ୍ବର ଓ ଉଦଳା ଅଞ୍ଚଳର ହୋଇଥିବା ବେଳେ ପୁଅ ଦୁଇଜଣଙ୍କ ମଧ୍ୟରୁ ଜଣେ ବାଲେଶ୍ବର ଓ ଅନ୍ୟ ଜଣେ ଉଦଳାର ବୋଲି ଜଣାପଡିଛି । ନୀଳଗିରି ପୋଲିସ ତିନୋଟି ବାଇକ ଓ ଗୋଟିଏ କାର୍‌ ଜବତ କରିଛି। ଏନେଇ ନୀଳଗିରି ଥାନାରେ ଏକ ମାମଲା(ନଂ.୮୨/୨୪) ରୁଜୁ କରିଛି। ଯୁବତୀ ଦୁଇ ଜଣଙ୍କୁ ସୁଧାର ଗୃହକୁ ପଠାଇ ଦିଆଯାଇଛି। କିଙ୍ଗପିନ କୁହାଯାଉଥିବା ମହିଳା ଓ ଦୁଇ ଗ୍ରାହକ ଯୁବକଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?