ଚାଲିଥିଲା ସେକ୍ସ ରାକେଟ୍‌: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

କାଶୀନଗର, ୨ା୧୧(ପି.ମୁରଲୀ): ଗଜପତି ଜିଲା କାଶୀନଗର ଥାନା ଅନ୍ତର୍ଗତ ଏକ କଲୋନୀ ନିକଟରେ ଥିବା ଏକ ଘରେ ସେକ୍ସ ରାକେଟ ଚାଲିଥିବା ସୂଚନା ପାଇ କାଶୀନଗର ପୋଲିସ ଚଢାଉ କରିଥିଲା। ଚଢାଉ ବେଳେ ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଧରି ପଚରାଉଚରା କରିଥିଲା। ରବିବାର କାରବାର କରୁଥିବା ଚିପୁରୁ ୱାସୁ ନାମକ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଯେଉଁ ଘରେ ଏହି ରାକେଟ୍‌ ଚାଲିଥିଲା ସେହି ଘରର ମାଲିକଙ୍କୁ ମଧ୍ୟ ପୋଲିସ ଆଣି ପଚରାଉଚରା କରୁଛି। ଏନେଇ ନଂ. ୧୭୩/୨୫ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ସୁନିଲ ବେହେରା କହିଛନ୍ତି।

ସମ୍ପୃକ୍ତ ଘରେ ସେକ୍ସ ରାକେଟ୍‌ ଚାଲିଥିବା କୌଣସି ସୂତ୍ରରୁ ସୂଚନା ପାଇ ଏସ୍‌ପି ଯତୀନ୍ଦ୍ର ପଣ୍ଡା କାଶୀନଗର ଥାନା ଅଧିକାରୀ ବେହେରାଙ୍କୁ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଥାନା ଅଧିକାରୀଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇ ଆଲୋକ ଜଗଦଲାଙ୍କ ସହ ଏକ ଟିମ୍‌ ସମ୍ପୃକ୍ତ ଘରେ ଚଢାଉ କରି ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଘରୁ ପୋଲିସ ଦୁଇ ଜଣ ଯୁବତୀଙ୍କ ସହ ଜଣେ ଗ୍ରାହକ ଓ ଘର ମାଲିକଙ୍କୁ ଧରିଥିଲା।

ସ୍ଥାନୀୟ ମାଜିଷ୍ଟ୍ରେଟ ତଥା ତହସିଲଦାର ସୁଧୀର ନନ୍ଦଙ୍କ ଉପସ୍ଥିତିରେ ଉକ୍ତ ଘରୁ ମଦ ବୋତଲ, କଣ୍ଡୋମ ପ୍ୟାକେଟ ଜବତ କରାଯାଇଛି। ଗ୍ରାହକ ସାଜିଥିବା ଚିପୁରୁ ବାହାର ଅଞ୍ଚଳରୁ ଯୁବତୀମାନଙ୍କୁ ଆଣି ସେକ୍ସ ରାକେଟ ଚଳାଇଥିଲେ। ଘର ମାଲିକ ଏଥିରେ ତାଙ୍କୁ ସହଯୋଗ କରୁଥିଲେ ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଥିବା ଥାନା ଅଧିକାରୀ ବେହେରା କହିଛନ୍ତି। ଗତ ଦୁଇ ତିନି ମାସ ହେଲା ଏହି ସେକ୍ସ ରାକେଟ ଚାଲିଥିବା ତଦନ୍ତରୁ ଜଣାପଡିଛି।

ଅଟକ ଦୁଇ ଯୁବତୀଙ୍କ ମଧ୍ୟରୁ ଜଣେ କାଶୀନଗର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଜଣେ କେନ୍ଦ୍ରାପଡ଼ା ଅଞ୍ଚଳରବୋଲି ଜଣାପଡିଛି। ସମ୍ପୃକ୍ତ ଘରକୁ ସିଲ୍‌ କରାଯାଇ ଏ ସମ୍ପର୍କରେ ସାଇଣ୍ଟିଫିକ ଟିମ୍‌କୁ ଥାନା ପକ୍ଷରୁ ଅବଗତ କରାଯାଇଛି ବୋଲି ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri