ଭଡ଼ା ଘରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ମାଡ଼ବସିଲା ପୋଲିସ

ରାଉରକେଲା,୨।୪(ଦିନେଶ ମିଶ୍ର):ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟ୍‌କୁ ପୋଲିସ ମଙ୍ଗଳବାର ଠାବ କରିଛି। ଏହି ଘଟଣାରେ ପୋଲିସ ଜଣେ ଗ୍ରାହକଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ଏଥିସହ ଦେହ ବ୍ୟବସାୟରେ ଲିପ୍ତ ୫ ଯୁବତୀଙ୍କୁ ଉଦ୍ଧାର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗ୍ରାହକ ଉମେଶ ବିଶ୍ୱାଳ(୩୬) ଏବଂ ସେକ୍ସ ର଼୍ୟାକେଟ ଚଳାଉଥିବା ଉପେନ୍ଦ୍ର ବିଶ୍ୱାଳ(୭୫) ଓ ଜ୍ୟୋତ୍ସ୍ନା ବିଶ୍ୱାଳ(୬୬)। ସେମାନଙ୍କଠାରୁ ବହୁ ଆପତ୍ତିଜନକ ସାମଗ୍ରୀ ଜବତ ହୋଇଛି। ଏନେଇ ପୋଲିସ ଏକ ମାମଲା (୫୦/୨୫) ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତମାନେ ଜଗଦା ଅଞ୍ଚଳରେ ଏକ ଘର ଭଡ଼ାରେ ନେଇ ସେଠାରେ କିଛିଦିନ ହେବ ସେକ୍ସ ର଼୍ୟାକେଟ୍‌ ଚଳାଇ ଆସୁଥିଲେ। ବିଶେଷ ସୂତ୍ରରୁ ଖବର ପାଇ ରାଉରକେଲା ଏସ୍‌ପି ନିତେଶ ୱାଧୱାନିଙ୍କ ନିର୍ଦ୍ଦେଶକ୍ରମେ ଝିରପାଣି ଥାନା ପୋଲିସ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରି ମଙ୍ଗଳବାର ସେଠାରେ ଚଢ଼ାଉ କରିଥିଲା। ଚଢ଼ାଉବେଳେ ପୋଲିସ ଘର ଭିତରେ ଅସଂଯତ ଅବସ୍ଥାରେ ଥିବା ୫ ଯୁବତୀଙ୍କୁ ଉଦ୍ଧାର କରିଥିଲା। ପରେ ଉକ୍ତ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଚଢ଼ାଉରେ ଝିରପାଣି ଥାନାଧିକାରୀ ପ୍ରଦୀପ ନାୟକ, ଏସ୍‌ଆଇ ଏସ୍‌.ଏନ୍‌. ଆପଟ୍ଟ, ଏସ୍‌. ବାରୁଆ, ଏସ୍‌. ନାୟକ, ଜୋ, ଜୋଜୋ ପ୍ରମୁଖ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ଗିରଫ ଅଭିଯୁକ୍ତମାନେ ପୂର୍ବରୁ ଦେହ ବ୍ୟବସାୟରେ ଗିରଫ ହୋଇଥିବା ପୋଲିସ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri