ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…

ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା ଅନୁଯାୟୀ, ରାଜ୍ୟରେ ଜନ୍ମ ସମୟରେ ପ୍ରତି ଏକହଜାର ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ୧,୦୩୫ ଥିବାବେଳେ ୧୯୭୧ ମସିହାରେ ୧,୦୨୦ ରହିଥିଲା। ସେହିପରି ୧୯୮୧ ଜନଗଣନା ଅନୁଯାୟୀ ୯୯୫, ୧୯୯୧ରେ ୯୬୭, ୨୦୦୧ରେ ୯୫୩ ଏବଂ ୨୦୧୧ ମସିହାରେ ୯୪୧ ଥିଲା। ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୪ (୨୦୧୫-୧୬) ଅନୁଯାୟୀ, ଓଡ଼ିଶାରେ ଏକ ହଜାର ପୁଅଙ୍କ ତୁଳନାରେ ୯୩୨ଜଣ ଝିଅ ଥିବା ବେଳେ ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୫ (୨୦୧୯-୨୦୨୧)ରେ ତାହା ୮୯୪କୁ ଖସି ଆସିଛି। ସେପଟେ ସାମ୍ପଲ ରେଜିଷ୍ଟ୍ରେଶନ ସିଷ୍ଟମ(ଏସ୍‌ଆର୍‌ଏସ୍‌) ତଥ୍ୟ ଆଧାରରେ ୨୦୧୮-୨୦ ମସିହାରେ ରାଜ୍ୟରେ ପ୍ରତି ୧୦୦୦ ପୁଅରେ ୯୨୫ ଝିଅ ଜନ୍ମ ହୋଇଛନ୍ତି। ୨୦୧୬-୧୮ ମସିହାରେ ଏହି ଅନୁପାତ ଥିଲା ୯୪୮। ଉପାନ୍ତ ଅପେକ୍ଷା ଉପକୂଳ ଜିଲାରେ ସ୍ଥିତି ଚିନ୍ତାଜନକ ରହିଛି। ୧୦୦୦ ପୁଅଙ୍କ ତୁଳନାରେ ଝିଅଙ୍କ ହାର ନୟାଗଡ଼ ଜିଲାରେ ୮୧୧ ଥିବାବେଳେ ଢେଙ୍କାନାଳରେ ୮୬୫, ସୁବର୍ଣ୍ଣପୁରରେ ୮୮୦, ଅନୁଗୋଳରେ ୮୮୫, ଜଗତ୍‌ସିଂହପୁରରେ ୮୯୭ ଓ କେନ୍ଦ୍ରାପଡ଼ାରେ ୮୯୮ ରହିଛି। ତେବେ ଜାତୀୟ ହାରଠାରୁ ଓଡ଼ିଶା ଉପରେ ରହିଛି। ଜାତୀୟ ସ୍ତରରେ ଏହି ସଂଖ୍ୟା ୯୦୭ ରହିଛି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ଲିଙ୍ଗଗତ ଜନ୍ମହାରରେ ସନ୍ତୁଳତା’ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ କର୍ମଶାଳାରେ ଏହି ମତ ପ୍ରକାଶ ପାଇଛି। ରାଜ୍ୟରେ ଝିଅ ସଂଖ୍ୟା କମୁଥିବା ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଥିବା ବେଳେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ କିଭଳି ଭାବେ ପୁଅ ଏବଂ ଝିଅଙ୍କ ସଂଖ୍ୟାରେ ସମାନତା ଆସିବ ସେନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?