Posted inଜାତୀୟ

୨ ବର୍ଷରେ ୪୦ ହଜାର ଶିଶୁଙ୍କୁ ଯୌନ ନିର୍ଯାତନା…

ନୂଆଦିଲ୍ଲୀ, ୩୧।୩ : ଦେଶରେ ଶିଶୁ ନିର୍ଯାତନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ଡିଏମକେ ନେତା ତିରୁଚି ଶିବ ରାଜ୍ୟ ସଭାରେ କହିଛନ୍ତି ଯେ ଶିକ୍ଷାର୍ଥୀ ଓ ଶିକ୍ଷକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ବିଦ୍ୟାଳୟରେ କର୍ମଶାଳା ନିୟମିତ ଆୟୋଜନ କରାଯିବା ଉଚିତ।

ଶୂନ୍ୟକାଳରେ ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ ଡିଏମକେ ଏମ୍‌ ପି ତିରୁଚି କହିଛନ୍ତି ଜାତୀୟ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ରିପୋର୍ଟ ଅନୁଯାୟୀ, ୨୦୧୮ ରୁ ୨୦୨୦ମଧ୍ୟରେ ଶିଶୁଙ୍କୁ ଯୌନ ନିର୍ଯାତନ ସମ୍ପର୍କିତ ୪୦ ହଜାର ମାମଲା ପଞ୍ଜିକୃତ ହୋଇଛି। ଅନେକ ମାମଲା ରହିଛି ଯାହା ପଞ୍ଜିକୃତ ହୋଇନାହିଁ।

କୋଭିଡ ମହାମାରୀ ସମୟରେ ୨୦୨୦ ରେ ପିଲାମାନଙ୍କ ଉପରେ ଯୌନ ନିର୍ଯାତନ ମାମଲାରେ ହ୍ରାସ ଘଟିଥିଲା। କିନ୍ତୁ ବର୍ତ୍ତମାନ ଏହା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଶିବ କହିଛନ୍ତି ଯେ ଆମ ସମାଜରେ ପିଲାମାନେ ବହୁତ ଦୁର୍ବଳ। ସେମାନଙ୍କ ପ୍ରତି ଯୌନ ନିର୍ଯାତନା ଦ୍ୱାରା ସେମାନଙ୍କୁ ଶାରୀରିକ ଏବଂ ମାନସିକ ସ୍ତରରେ ବହୁତ ପ୍ରଭାବ ଅନୁଭୁତ ହୋଇଥାଏ। ବେଳେବେଳେ ଏପରି ଯନ୍ତ୍ରଣାଦାୟକ ସ୍ମୃତି ସୃଷ୍ଟି ହୋଇଥାଏ, ଯାହା ପିଲାମାନେ ସେମାନଙ୍କର ସମଗ୍ର ଜୀବନରେ ବି ଭୁଲି ପାରି ନଥାନ୍ତି।

ଏକ ସର୍ବେକ୍ଷଣକୁ ଦର୍ଶାଇ ତିରୁଚି କହିଛନ୍ତି ଯେ ଅଧିକାଂଶ ଭାରତୀୟ ବିଦ୍ୟାଳୟରେ ଏଭଳି ପରିସ୍ଥିତିର ମୁକାବିଲା ପାଇଁ କୌଣସି ବ୍ୟବସ୍ଥା ନାହିଁ। ଏଥିରେ ସରକାରଙ୍କ ହସ୍ତକ୍ଷେପ କରିବା ଜରୁରୀ ବୋଲି ସେ କହିଛନ୍ତି। ଅନ୍ୟ ଦଳର ଏମ୍‌ପିମାନେ ଏହି ପ୍ରସଙ୍ଗରେ ତିରୁଚିଙ୍କୁ ସମର୍ଥନ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri