Posted inଜାତୀୟ

ଇଚ୍ଛା ବିରୋଧରେ ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ବଳାତ୍କାର

ନୂଆଦିଲ୍ଲୀ,୨୪।୩: ସ୍ତ୍ରୀଙ୍କୁ ତାଙ୍କ ଇଚ୍ଛା ବିରୋଧରେ ସ୍ବାମୀ ଯୌନ ନିର୍ଯାତନା ଦେବା ବଳାତ୍କାର ବୋଲି କର୍ନାଟକ ହାଇକୋର୍ଟ ବୁଧବାର କହିଛନ୍ତି। ବୈବାହିକ ବଳାତ୍କାର ମାମଲାରେ ଅଦାଲତ ତାଙ୍କ ରାୟରେ କହିଛନ୍ତି, ସ୍ବାମୀମାନେ ସ୍ତ୍ରୀଙ୍କ ଦେହ, ମନ ଓ ଆତ୍ମାର ଅଧିପତି ବୋଲି ବହୁବର୍ଷ ଧରି ରହିଆସିଥିବା ଚିନ୍ତାଧାରା ଓ ପରମ୍ପରାକୁ ହଟାଇଦିଆଯିବା ଆବଶ୍ୟକ। ବିବାହ ସମ୍ବିଧାନରେ ମହିଳାଙ୍କୁ ପୁରୁଷଙ୍କ ଅଧସ୍ତନ ବୋଲି କେଉଁଠି ଲେଖାଯାଇ ନାହିଁ। ସମ୍ବିଧାନରେ ଅଧିକାର ସମାନ, ସୁରକ୍ଷା ସମାନ ବୋଲି ହାଇକୋର୍ଟ କହିଛନ୍ତି।
ନିଜ ସ୍ତ୍ରୀ ଉପରେ ବୀଭତ୍ସ ଯୌନ ନିର୍ଯାତନା ତାଙ୍କର ମାନସିକ ସ୍ଥିତି ଉପରେ ଗମ୍ଭୀର ପ୍ରଭାବ ପକାଇଥାଏ। ବିବାହର ଅର୍ଥ ପୁରୁଷଙ୍କୁ କୌଣସି ସ୍ବତନ୍ତ୍ର ସୁବିଧା ମିଳିଲା ବୋଲି ବିବେଚନା କରିବା ଉଚିତ ନୁହେଁ କିମ୍ବା ଏକ ନୃଶଂସ ପଶୁକୁ ମୁକ୍ତ କରିଦେବା ଲାଗି ଲାଇସେନ୍ସ ନୁହେଁ।
ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିଲେ। ତାଙ୍କ ବିରୋଧରେ ଆଇପିସିର ଧାରା ୩୭୬ ଲାଗିଥିବାବେଳେ ଏହାକୁ ହଟାଇବା ପାଇଁ ସ୍ବାମୀ ଜଣକ କର୍ନାଟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୂଚନାଯୋଗ୍ୟ, ବୈବାହିକ ବଳାତ୍କାରକୁ ଅପରାଧ ବିବେଚନା କରିବା ଉପରେ ଦିଲ୍ଲୀ ହାଇକୋର୍ଟ ଗତ ଫେବୃୟାରୀରେ କେନ୍ଦ୍ର ସରକାରଙ୍କୁ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କହିଥିଲେ। ବୈବାହିକ ବଳାତ୍କାରକୁ ଅପରାଧୀକରଣ କରାଗଲେ ଦେଶରେ ଏହାର ସାମାଜିକ-ଆଇନଗତ ପ୍ରଭାବ ପଡ଼ିବ। ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଷ୍ଟେକ୍‌ ହୋଲ୍ଡରଙ୍କ ସହ ଭାବପୂର୍ଣ୍ଣ ଓ ଗଠନମୂଳକ ପରାମର୍ଶ ପ୍ରକ୍ରିୟା ଆବଶ୍ୟକ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri