ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳିକାଙ୍କ ସବତ ମା’ଙ୍କ ମଧ୍ୟ ସମ୍ପୃକ୍ତି ରହିଥିବା କୁହାଯାଉଛି। ତେବେ ସୌଭାଗ୍ୟବଶତଃ ନାବାଳିକା ଜଣକ ମଙ୍ଗଳବାର ସନ୍ଧ୍ୟାରେ ସେଠାରୁ ଖସି ଆସି ସ୍ଥାନୀୟ ଜଣଙ୍କ ଘରେ ପଶିିଯିବା ପରେ ସମ୍ପୂର୍ଣ୍ଣ ଘଟଣା ବିଷୟରେ ମୁହଁ ଖୋଲିଥିଲେ। ଏପରି କି ଗୋଡ଼ହାତ ଧରି ସ୍ଥାନୀୟ ଲୋକଙ୍କୁ ରକ୍ଷା କରିବାକୁ ନିବେଦନ କରିଥିଲେ। ଏବିଷୟରେ ସ୍ଥାନୀୟ ଲୋକେ ଭରତପୁର ଥାନା ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ବା ସହ ନାବାଳିକା ଏବଂ ସ୍ଥାନୀୟ ଲୋକଙ୍କଠାରୁ ସମସ୍ତ କଥା ଶୁଣିଥିଲେ। ପରେ ପୋଲିସ ନାବାଳିକାଙ୍କୁ ଥାନାକୁ ନେଇ ଚାଇଲ୍ଡ ଲାଇନକୁ ହସ୍ତାନ୍ତର ନ କରି ନାବାଳିକାଙ୍କ ସମ୍ପୃକ୍ତ ସାବତ ମା’ଙ୍କୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଏନେଇ ଭରତପୁର ଥାନା ଅଧିକାରୀ ଦୁର୍ଗା ପ୍ରସାଦ ଜେନାଙ୍କୁ ପଚାରିବାରୁ , ସେ କହିଛନ୍ତି ନାବାଳିକା ଜଣକ ଆମ ସମ୍ମୁଖରେ କୌଣସି ଅଭିଯୋଗ କରି ନାହାନ୍ତି। ସେ ତାଙ୍କ ମା’ଙ୍କୁ ଚିହ୍ନିବା ସହ ନିଜ ସହମତି ପ୍ରକଶ କରିବାରୁ ତାଙ୍କ ସହ ଆମେ ଛାଡିଛୁ। ଏଥିସହ ନାବଳିକାଙ୍କ ସମ୍ବନ୍ଧରେ ଚାଇଲ୍ଡ ଲାଇନକୁ ସମସ୍ତ ତଥ୍ୟ ପ୍ରଦାନ କରାଯାଇଛି ବୋଲି କହିଛନ୍ତି। ଏନେଇ ଡିସପି ଉମାଶଙ୍କର ଦାଶ କହିଛନ୍ତି ଘଟଣା ସମ୍ପର୍କରେ ମୋ ପାଖକୁ ଖବର ଆସିଛି। ଏନେଇ ତଦନ୍ତ କରି ରିପୋର୍ଟ ଦେବାକୁ ସମ୍ପୃକ୍ତ ଜୋନ୍‌ ଏସିପିଙ୍କୁ କୁହାଯାଇଛି। ଅପରପକ୍ଷରେ ଶିଶୁ ସୁରକ୍ଷା ଆଯୋଗ ସନ୍ଧ୍ୟାବତୀ ପ୍ରଧାନଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରାଯିବ। ଅଭିଯୋଗରେ ସତ୍ୟାସତ୍ୟ ଥିଲେ ତଥା ଏଥିରେ କାହାର ସମ୍ପୃକ୍ତି ଜଣାପଡ଼ିଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri