ଯୌତୁକ ନିର୍ଯାତନା ମାମଲା: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଭଦ୍ରକ,୨୩।୬ (ସନାତନ ରାଉତ): ଭଦ୍ରକ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଚିନ୍ମୟ କୁମାର ପାଢ଼ୀ ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ରାୟ ଶୁଣାଇଛନ୍ତି। ଏହି ମାମଲାରେ ଅଭିଯୋଗକାରୀ ମହିଳାଙ୍କ ସ୍ବାମୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା ଗ୍ରାମର ମୁକ୍ତିକାନ୍ତ ସାହୁ, ଶ୍ୱଶୁର ଭାଗବତ ସାହୁ ଓ ଶାଶୁ ଶାନ୍ତିଲତା ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରି କୋର୍ଟ ୨ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ୫ହଜାର ଟଙ୍କା ଜରିମାନା ଓ ଅନାଦେୟ ଆଉ ୪ ମାସ ଜେଲ, ଯୌତୁକ ନିର୍ଯାତନା ନିରୋଧ ଆଇନର ଧାରା-୪ ଅନୁଯାୟୀ ୬ ମାସ ସଶ୍ରମ କାରାଦାଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଦେବେ।
ସୂଚନାଯୋଗ୍ୟ, ମୁକ୍ତିକାନ୍ତ ଆଗରପଡ଼ା ଥାନା ଅଧୀନ ଚାରିଗଁାର ରେବତୀଙ୍କୁ ୨୦୦୮ ଅଗଷ୍ଟ ୧୩ରେ ବିବାହ କରିଥିଲେ। ବାହାଘର ସମୟରେ ନଗଦ ୫୦ ହଜାର ଟଙ୍କା ଯୌତୁକ ଦାବି କରିଥିଲେ। ସେଥିମଧ୍ୟରୁ ୪୦ ହଜାର ଟଙ୍କା ଦିଆଯାଇଥିବା ବେଳେ ୧୦ ହଜାର ବାକି ରହିଥିଲା। ବିବାହ ପରେ ରେବତୀଙ୍କ ବାପଘର ଲୋକେ ଅବଶିଷ୍ଟ ୧୦ ହଜାର ଟଙ୍କା ନ ଦେବାରୁ ଶାଶୁଘର ପକ୍ଷରୁ ତାଙ୍କୁ ନିର୍ଯାତନା ଦିଆଯାଉଥିଲା। ୨୦୧୦ ମେ ୧ରେ ମୁକ୍ତିକାନ୍ତ ରେବତୀଙ୍କୁ ବାପଘରେ ଛାଡ଼ି ଦେଇ ପରେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଏନେଇ ରେବତୀ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କେସ୍‌ ରେଜେଷ୍ଟ୍ରି କରି ନ ଥିଲା। ଶେଷରେ କୋର୍ଟରେ କେସ୍‌ ଦାଖଲ କରିବା ପରେ କୋର୍ଟ ନିର୍ଦ୍ଦେଶ ଅନୁଯାୟୀ ମାମଲା (ନଂ.୨୩୮/୨୦) ରୁଜୁ କରି ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri