ଟିପିଏସ୍‌ଓଡିଏଲ୍‌ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା: କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦।୧: ବ୍ରହ୍ମପୁର ଟିପିଏସ୍‌ଓଡିଏଲ୍‌ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଜଣେ ଆଉଟସୋର୍ସିଂ ମହିଳା କର୍ମଚାରୀଙ୍କୁ ଟାଟାପାୱାରର ଜଣେ ଅଧିକାରୀ ଅସଦାଚରଣ ସହ ଯୌନ ନିର୍ଯାତନା ଦେଉଥିବା ନେଇ ସଙ୍ଗିନ ଅଭିଯୋଗ ହୋଇଛି। ପୋଲିସ ଏହି ସଂକ୍ରାନ୍ତରେ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଅଧିକାରୀଙ୍କୁ ଥାନାରେ ହାଜର ପାଇଁ ନୋଟିସ ଜାରି କରିଛି। ଏପରିକି ଧାରା ୧୬୧ରେ ପୂର୍ବରୁ ଥାନାରେ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ସେହିପରି କୋର୍ଟରେ ମଧ୍ୟ ଧାରା ୧୬୪ ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ତେବେ ମହିଳା ଜଣକ ଯେଉଁ ଆଉଟସୋର୍ସିଂ କମ୍ପାନୀ ମାଧ୍ୟମରେ ଟାଟା ପାୱାରରେ କାର୍ଯ୍ୟ କରୁଥିଲେ ଉକ୍ତ କମ୍ପାନୀ ମହିଳାଙ୍କୁ ଚାକିରିରୁ ନିଲମ୍ବିତ କରିଥିବା ଜଣାପଡିଛି।

ଅନ୍ୟପକ୍ଷେ ପୀଡିତାଙ୍କ ସହ ଟାଟା ପାୱାର(ଟିପିଏସ୍‌ଓଡିଏଲ୍‌)ର ଆଭ୍ୟନ୍ତରୀଣ କମିଟିର କିଛି ଅଧିକାରୀ ବସି ଆପୋସ ବୁଝାମଣା ପାଇଁ ଆଲୋଚନା କରିଛନ୍ତି। ଉକ୍ତ କମ୍ପାନୀ ମହିଳାଙ୍କୁ ଚାକିରିରୁ ବାହାର କରିବା ପରେ ତାଙ୍କୁ ବ୍ରହ୍ମପୁର ସହର ମଧ୍ୟରେ କେଉଁଠାରେ ଏକ ଚାକିରି ବ୍ୟବସ୍ଥା କରାଯିବ ବୋଲି ଟିପିଏସ୍‌ଓଡିଏଲ କର୍ତ୍ତୃପକ୍ଷ ପ୍ରସ୍ତାବ ଦେଇଥିବା ନେଇ ମହିଳା ଜଣକ ସୂଚନା ଦେଇଛନ୍ତି। ଟାଟା ପାୱାର ପକ୍ଷରୁ ଏକ ଟିମ୍‌ ଘଟଣାର ତଦନ୍ତ କରୁଥିବା ବେଳେ ପୀଡିତାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମଧ୍ୟ ତଦନ୍ତ ଜାରି ରଖିଛି। ଟିପିଏସ୍‌ଓଡିଏଲ୍‌ ପକ୍ଷରୁ କୁହାଯାଇଛି ଯେ, ମାମଲାକୁ ନେଇ ଆଭ୍ୟନ୍ତରୀଣ କମିଟି ଦ୍ୱାରା ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଟାଟାପାୱାରରେ ଏଭଳି କୌଣସି ଅସଦାଚରଣ ବା ଦୁର୍ବ୍ୟବହାରକୁ ବରଦାସ୍ତ କରାଯିବ ନାହିଁ ବୋଲି ରୋକଠୋକ୍‌ କୁହାଯାଇଛି। ପୋଲିସର ତଦନ୍ତରେ ଟାଟା ପାୱାର ପକ୍ଷରୁ ପୂର୍ଣ୍ଣ ସହଯୋଗ କରାଯିବ ବୋଲି ଟିପିଏସ୍‌ଓଡିଏଲ୍‌ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri