କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ତଥା ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କନକତୋରା ଗ୍ରାମର ମୂଳ ବାସିନ୍ଦା ସୁରେନ୍ଦ୍ର କୁମାର ସାହୁ(୪୫), ଜିଲା ଶିକ୍ଷା ଅଧିକାରୀ(ଡିଇଓ) ତଥା ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୮ ଖଜୁରଟିକ୍ରାର ଜ୍ୟୋତିକାନ୍ତ ସାହୁ(୪୫)ଙ୍କୁ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ନିଲମ୍ବିତ କରିଛନ୍ତି।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ଆଦେଶ ସଂଖ୍ୟା-୧୨୪୬୧, ତା-୧୫।୫।୨୦୨୬ରିଖ ଏବଂ ଆଦେଶ ସଂଖ୍ୟା-୧୨୪୬୪, ତା-୧୫।୫।୨-୨୬ରିଖରେ ଏହା ଉଲ୍ଲେଖ ରହିଛି। ତେବେ କାରାଗାରରୁ ମୁକ୍ତ ହେବା ପରେ ନିଲମ୍ବନ ଅବଧି ପର୍ଯ୍ୟନ୍ତ ବିଇଓଙ୍କୁ ବରଗଡ଼ ଜିଲା ମୁଖ୍ୟ ଶିକ୍ଷା ଅଧିକାରୀ ଏବଂ ଡିଇଓଙ୍କୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ, ସମ୍ବଲପୁର ଉପସ୍ଥାନ ଦେବାକୁ ନିର୍ଦ୍ଦେଶ ରହିଛି। ଏହା ପୂର୍ବରୁ ଏହି ମାମଲାରେ ବରପାଲି ବ୍ଳକ ସତଲମା ହାଇସ୍କୁଲର ଶାରୀରିକ ଶିକ୍ଷା ଶିକ୍ଷକ(ପିଇଟି) ତଥା ବରପାଲି ଥାନା ବିଶିପାଲି ଗ୍ରାମର ସମୀର କୁମାର ପାଣିଗ୍ରହୀ(୫୧)ଙ୍କୁ ଜିଲାପାଳ ଆଦିତ୍ୟ ଗୋୟଲ ନିଲମ୍ବିତ କରିଛନ୍ତି।
ପ୍ରକାଶଥାଉକି, ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା, କ୍ଷମତାର ଅପବ୍ୟବହାର ଏବଂ ବେଆଇନଭାବେ ଅନୁଗ୍ରହ ଗ୍ରହଣ ଅଭିଯୋଗରେ ଅଭିଯୁକ୍ତ କ୍ରୀଡ଼ା ଶିକ୍ଷକ ପାଣିଗ୍ରାହୀ, ବିଇଓ ସାହୁ ଏବଂ ଡିଇଓ ସାହୁ ଗତ ୩୦ତାରିଖରୁ ବରଗଡ଼ ଟାଉନ ଥାନା ପୋଲିସ ଦ୍ୱାରା ଗିରଫ ହୋଇ କାରାଗାରରେ ରହିଛନ୍ତି। ତାଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଭାରତୀୟ ନ୍ୟାୟ ସଂହିତା(ବିଏନଏସ୍‌)ର ଧାରା ୭୫/୭୯/୩୦୮/୨୦୧/୩୫୧(୨),(୩),(୫)/୩(୧) ଏବଂ କର୍ମକ୍ଷେତ୍ରରେ ମହିଳା ମାନଙ୍କ ଯୌନ ଉପତ୍ୀଡ଼ନ(ନିବାରଣ, ନିଷେଧ ଓ ପ୍ରତିକାର) ଅଧିନିୟମ ୨୦୧୩ରେ ଏକ ମାମଲା(ନଂ-୨୨୯/୨୦୨୬) ରୁଜୁ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?