ଯୌନ ଅପରାଧ ସୁରକ୍ଷା ନେଇ…

ନୂଆପଡ଼ା,୩୦ା୬ (ମକାରୁ ବେମାଲ) ନୂଆପଡ଼ା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ସୋମବାର ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଯୌନ ଅପରାଧରୁ ପିଲାମାନଙ୍କୁ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷା ବି.କେ. ରସ୍ମିତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ନବନୀତା ଦାଶ ଯୋଗଦେଇ ଯୌନ ନିର୍ଯାତନାରୁ ଶିଶୁମାନଙ୍କ ସୁରକ୍ଷା ଅଧିନିୟମ (ପୋକ୍ସୋ) ଓ ଯୌନ ଅପରାଧରେ ପୀଡିତା ମହିଳାମାନଙ୍କ ପାଇଁ ଥିବା ସୁରକ୍ଷା ଆଇନ ବିଷୟରେ ଆଲୋଚନା କରିଥିଲେ। ନୂଆପଡା ଶିଶୁ ସୁରକ୍ଷା ସମିତି ସଦସ୍ୟ ନାରାୟଣ ପ୍ରଦାସ ଜୋଷୀ କିଶୋର ନ୍ୟାୟ (ବାଳକମାନଙ୍କ ଯତ୍ନ ଓ ସୁରକ୍ଷା) ଅଧିନିୟମ ଉପରେ ଆଲୋକପାତ କରିଥିଲେ। ପ୍ରାଧିକରଣ ଅଧିକାରୀ ମିତ୍ର ୟାସ୍ମିନ ସୁଲତାନା ଶିଶୁ ଶ୍ରମିକ ଓ ଅନାଥ ଶିଶୁ ଉଦ୍ଧାରରେ ଜିଲା ଆଇନସେବା ପ୍ରାଧିକରଣର ଭୂମିକା ଉପରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଉପଲକ୍ଷେ ପଥପ୍ରାନ୍ତ ନାଟକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିବାନନ୍ଦ ରାଉତରାୟ ଶିବିର ପରିଚାଳନା କରିଥିବା ବେଳେ ସୁଜାତା ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri