Posted inଜାତୀୟ

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ବଳାତ୍କାର ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୭।୧୨: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରିବା ସବୁବେଳେ ବଳାତ୍କାର ନୁହେଁ। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଏଭଳି ସମ୍ପର୍କ ସମ୍ପୃକ୍ତ ମହିଳାଙ୍କ ସହମତି ହେଉଥିବାରୁ ଏହାକୁ ବଳାତ୍କାର କୁହାଯାଇ ପାରିବ ନାହିଁ ବୋଲି କୋର୍ଟ କହିଛନ୍ତି। ବିଚାରପତି ବିଭୁ ବାଖରୁଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ବିବାହ ପ୍ରତିଶ୍ରୁତି ଦ୍ୱାରା ସ୍ବଇଛାରେ ଶାରୀରିକ ସମ୍ପର୍କ ସ୍ଥାପନ କରାଯାଉଥିବାରୁ ଏହାକୁ ଅନୈତିକ କୁହାଯାଇ ପାରିବ ନାହିଁ। ଭାରତୀୟ ପିଙ୍ଗଳ କୋଡ ଧାରା ୩୭୫ ଅନୁସାରେ ସ୍ବଇଛାରେ ଦୀର୍ଘଦିନ ଧରି ବିବାହ ପ୍ରତିଶ୍ରୁତି ଦ୍ୱାରା ଶାରୀରିକ ସମ୍ପର୍କ ସ୍ଥାପନ କରିବାକୁ ବଳାତ୍କାର କୁହାଯାଇ ପରିବ ନାହିଁ ବୋଲି କୋର୍ଟ କହିଛନ୍ତି। ୨୦୦୮ରେ ଜଣେ ମହିଳାଙ୍କ ସହିିତ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରାଯାଇଥିବା ଏକ ମାମଲାର ବିଚାର କରି କୋର୍ଟ ଏପରି କହିଛନ୍ତି। ମହିଳା ଜଣକ ତାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆଣିଥିଲେ। ତେବେ ହାଇକୋର୍ଟ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri