Posted inଜାତୀୟ

ମହିଳାଙ୍କୁ ଡରାଇ ସହମତିରେ ଯୌନ ସମ୍ପର୍କ ବଳାତ୍କାର: ହାଇକୋର୍ଟ

ପ୍ରୟାଗରାଜ,୧୫ା୯: ମହିଳାଙ୍କୁ ଭୟଭୀତ କରାଇ କିମ୍ବା ତାଙ୍କଠାରେ ଭୁଲ୍‌ ଧାରଣା ଜନ୍ମାଇ ତାଙ୍କ ସହମତିରେ ଯୌନ ସମ୍ପର୍କ ରଖିବା ବଳାତ୍କାର ବୋଲି ଆଲ୍ଲାହାବାଦ ହାଇକୋର୍ଟ ଏକ ରାୟରେ କହିଛନ୍ତି। ରାଘବ କୁମାର ଜଣେ ମହିଳାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଯୌନ ସମ୍ପର୍କ ରଖିଥିବାରୁ ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗରେ ଏତଲା ଦାଏର ସହ ଆଗ୍ରା ଜିଲା ଓ ଦୌରା ଅଦାଲତରେ ଚାର୍ଜଶିଟ୍‌ ଦାଖଲ ହୋଇଥିଲା।

ଏହାକୁ ରାଘବ ଆଲ୍ଲାହବାଦ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲାବେଳେ ଜଷ୍ଟିସ୍‌ ଅନିସ୍‌ କୁମାର ଗୁପ୍ତା ତାଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ଏତଲାର ଅଭିଯୋଗ ଅନୁଯାୟୀ ଆବେଦନକାରୀ ରାଘବ ପ୍ରଥମେ ମହିଳାଙ୍କୁ ବେହୋସ କରାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରେ ସେ ବିବାହ ପ୍ରଲୋଭନ ଦେଖାଇ ତାଙ୍କ ସହ କ୍ରମାଗତ ଭାବେ ଯୌନ ସମ୍ପର୍କ ରଖିଆସୁଥିଲେ। ଉଭୟ ପରସ୍ପରର ଜଣାଶୁଣା ଏବଂ ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତୁତି ଚଳାଇଥିଲେ। ସେମାନଙ୍କ ମଧ୍ୟରେ ସହମତିରେ ଦୀର୍ଘଦିନ ଶାରୀରିକ ସମ୍ପର୍କ ରହିଥିଲା। ତେଣୁ ଏହା ଆଇପିସିର ଦଫା ୩୭୬ ପରିସରଭୁକ୍ତ ନୁହେଁ ବୋଲି ରାଘବଙ୍କ ଓକିଲ କହିଥିଲେ।

ଅନ୍ୟପକ୍ଷରେ ସରକାରୀ ଓକିଲ କହିଥିଲେ, ମହିଳାଙ୍କୁ ପ୍ରତାରିତ କରି ସମ୍ପର୍କ ରଖାଯାଇଥିଲା ଏବଂ ଅଭିଯୁକ୍ତ ବଳପ୍ରୟୋଗ କରିଥିଲେ। ଯୌନ ସମ୍ପର୍କ ପାଇଁ ଏହାକୁ ପ୍ରତିପକ୍ଷଙ୍କ ସହମତି ବୋଲି କୁହାଯାଇପାରିବ ନାହିଁ ବୋଲି ସେ ଯୁକ୍ତି ବାଢ଼ିଥିଲେ। ହାଇକୋର୍ଟ ସବୁ ତଥ୍ୟ ପ୍ରମାଣକୁ ଅନୁଧ୍ୟାନ କରିବା ପରେ କହିଥିଲେ, ପ୍ରଥମେ ଯେହେତୁ ମହିଳାଙ୍କ ଇଚ୍ଛା ବିରୋଧରେ ତାଙ୍କୁ ପ୍ରତାରିତ କରି ଓ ଧମକ ଦେଇ ଆବେଦନକାରୀ ସମ୍ପର୍କ ରଖିଥିଲେ, ତାଙ୍କୁ ବଳାତ୍କାର ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri