ଓଡ଼ିଶାରେ ଜିଏସ୍‌ଟି ଆଦାୟ ୧୩% ବୃଦ୍ଧି

କଟକ,୨।୮: ଚଳିତ ବର୍ଷ ଜୁଲାଇ ମାସରେ ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ସମୟରେ ୭୯୪.୦୨ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରାଯାଇଛି। ଗତ ବର୍ଷ ଏହି ସମୟରେ ୭୦୨.୪୪ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଥିଲା। ଚଳିତ ବର୍ଷ ଜୁଲାଇରେ ଜିଏସ୍‌ଟି ଆଦାୟର ଅଭିବୃଦ୍ଧି ହାର୧୩.୦୪% ରହିଛି। ଏପ୍ରିଲ,ମେ ଏବଂ ଜୁନ୍‌ ମାସରେ ଟିକସ ସଂଗ୍ରହ କମ୍‌ ରହିଥିଲା। ଏହି ତିନି ମାସରେ ଟିକସ ସଂଗ୍ରହ ଅଭିବୃଦ୍ଧି ଯଥାକ୍ରମେ (-) ୬୧.୧୫%, (-) ୨୫.୨୨% ଏବଂ ୫୦.୮୩% ରହିଥିଲା। କୋଭିଡ୍‌ କଟକଣା ଧୀରେ ଧୀରେ ହ୍ରାସ ଏବଂ ବଜାରରେ ସାମାନ୍ୟ ପରିବର୍ତ୍ତନ ଦେଖାଯାଇଥିବାରୁ ଟିକସ ସଂଗ୍ରହରେ ବର୍ତ୍ତମାନ ଉନ୍ନତି ଆସିଥିବା ରାଜ୍ୟ ବାଣିଜ୍ୟ କର ଏବଂ ଜିଏସ୍‌ଟି ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛି। ଏହି ସମୟ ମଧ୍ୟରେ ଖଣି କ୍ଷେତ୍ରରେ ମଧ୍ୟ ଉନ୍ନତି ଆସିଥିବା କୁହାଯାଇଛି। ରାଜ୍ୟର ପରୋକ୍ଷ ଟିକସଦାତାମାନେ ଧାର୍ଯ୍ୟ ସମୟ ମଧ୍ୟରେ ଟିକସ ପଇଠ କରିବାକୁ ପରାମର୍ଶ ଦିଆଯାଇଛି। ଉପଲବ୍ଧ ତଥ୍ୟ ଅନୁସାରେ ପ୍ରାକ୍‌ ଲକ୍‌ଡାଉନ ସମୟରେ ଇଓ୍ବେବିଲ୍‌ ବ୍ୟବହାର ତୁଳନାରେ ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ଏଥିରେ ଉନ୍ନତି ପରିଲକ୍ଷିତ ହୋଇ ୮୧ରୁ ୮୩%ରହିଛି। ପେଟ୍ରୋଲିୟମ ସାମଗ୍ରୀରୁ ଜୁଲାଇ ମାସରେ ୫୨୧.୪୭ ଲକ୍ଷ କୋଟି ଟଙ୍କା ସଂଗ୍ରହ କରାଯାଇଛି। ଗତ ବର୍ଷ ତୁଳନାରେ ଏଥିରେ ୨.୫% ବୃଦ୍ଧି ଘଟିଛି। କୋଭିଡ୍‌ ଯୋଗୁ ଆସିଥିବା ଚ୍ୟାଲେଞ୍ଜ ଯୋଗୁ ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ ମୋଟ ଟିକସ ସଂଗ୍ରହ ୭,୫୪୦ କୋଟି ଟଙ୍କା ରହିଛି। ଏଥିରେ ୨୮% ବିଯୁକ୍ତାତ୍ମକ ଦେଖାଯାଇଛି। ୨୦୨୦ ଜୁଲାଇ ପର୍ଯ୍ୟନ୍ତ ପୌନଃପୁନିକ ରାଜ୍ୟ ଜିଏସ୍‌ଟି ସଂଗ୍ରହ ୨୩୪୫ କୋଟି ଟଙ୍କା ରହିଛି। ଏଥିରେ ୨୨% ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ରାଜ୍ୟ ବାଣିଜ୍ୟକର ଏବଂ ସାମଗ୍ରୀ ଓ ସେବା ଟିକସ ଆୟୁକ୍ତ ସୁଶୀଲ କୁମାର ଲୋହାନୀ ଟିକସ ସଂଗ୍ରହ ଧାରାକୁ ଉନ୍ନତ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri